Tuesday, January 20, 2026
22.5 C
Odisha

    ଅଦରକାରୀ ଆଇନ ଖୋଜିବେ ଲ’ କମିସନ: ଆଇନମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜ୍ୟରେ ଲ’ କମିସନ ଅଦରକାରୀ ଆଇନ ଖୋଜିବେ। ସୁଶାସନ ପ୍ରତିଷ୍ଠା ପାଇଁ କମିସନଙ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ ରହିବ ବୋଲି ଆଇନମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ କହିଛନ୍ତି । ଲ’ କମିସନରେ ଜଣେ ଆଇନ ଶିକ୍ଷା ପ୍ରଫେସରଙ୍କୁ ମଧ୍ୟ ସଦସ୍ୟ ଭାବେ ସାମିଲ କରାଯିବ। ରାଜ୍ୟକୁ କମିସନଙ୍କର ଆବଶ୍ୟକତା ଥିଲା। ୨୦୧୮ ମସିହା ପରଠାରୁ ଏଭଳି କରିବାକୁ ରାଜ୍ୟ ସରକାର ଉଚିତ ମଣି ନ ଥିଲେ। ଏବେ ଏହି କମିସନ ରାଜ୍ୟର ବିଭିନ୍ନ ନୀତି ନିୟମର ତର୍ଜମା କରିବେ। ଏହା ଉପରେ ପରବର୍ତ୍ତୀ ସମୟରେ ଉପଯୁକ୍ତ ନିଷ୍ପତ୍ତି ରାଜ୍ୟ ସରକାର ନେବେ। ସୁଶାସନ ପ୍ରତିଷ୍ଠା ପାଇଁ ଏହାର ଭୂମିକା ଗୁରୁତ୍ୱପୂର୍ଣ୍ଣ ହେବ। କେନ୍ଦ୍ର ଢାଞ୍ଚାରେ ରାଜ୍ୟରେ ଏହାର ଆବଶ୍ୟକତା ଥିଲା ବୋଲି ଆଇନମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ କମିସନ ଗଠିତ ହୋଇଛି ବୋଲି ଆଇନମନ୍ତ୍ରୀ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.5 ° C
    22.5 °
    22.5 °
    25 %
    0.7kmh
    0 %
    Tue
    21 °
    Wed
    31 °
    Thu
    30 °
    Fri
    31 °
    Sat
    32 °

    ସମ୍ବନ୍ଧିତ