Saturday, March 14, 2026
22 C
Odisha

    ଅବପାତର ରୂପ ନେଲା ଲଘୁଚାପ: ପ୍ରବଳ ବର୍ଷା ସାଙ୍ଗକୁ ୬୦ରୁ ୭୦ କି.ମି.ବେଗରେ ବହିବ ପବନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  : ବଙ୍ଗୋପସାଗରରେ ବାତ୍ୟା ହେବା ନେଇ ଧୀରେ ଧୀରେ ଚିତ୍ର ସ୍ପଷ୍ଟ ହେବାରେ ଲାଗିଛି। ପୂର୍ବରୁ ବିଶ୍ୱସ୍ତରୀୟ ବିଭିନ୍ନ ମଡେଲ ବାତ୍ୟା ହେବା ନେଇ ପୂର୍ବାନୁମାନ କରିଥିବାବେଳେ ଏବେ ଭାରତୀୟ ପାଣିପାଗ ବିଭାଗ ମଧ୍ୟ ଏ ସଂକ୍ରାନ୍ତରେ ସୂଚନା ଦେଇଛି। ତେବେ ଓଡ଼ିଶା ଉପରେ ବାତ୍ୟାର ପ୍ରଭାବ ନେଇ ଆକଳନ ଚାଲିଥିବାବେଳେ ଏଥିଯୋଗୁ ରାଜ୍ୟରେ ପ୍ରବଳ ବର୍ଷା ଓ ପବନ ହେବ ବୋଲି ପାଣିପାଗ ବିଭାଗ କହିଛି।

    ଆଇଏମ୍‌ଡିର ସୂଚନା ଅନୁଯାୟୀ, ମଲାକ୍କା ଷ୍ଟ୍ରେଟ୍‌ ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଗତକାଲି ଏକ ସୁଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆଜି ଏହା ଅଧିକ ଘନୀଭୂତ ହୋଇ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ଵବତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆହୁରି ଅଧିକ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବା ସମ୍ଭାବନା ରହିଛି। ତେବେ ବାତ୍ୟାରେ ପରିଣତ ହେବା ପରେ ଏହା କେଉଁ ଆଡକୁ ମୁହାଁଇବ ଏବଂ ଏହାର ଦିଗ କ’ଣ ରହିବ ସେ ନେଇ ଚିତ୍ର ସ୍ପଷ୍ଟ ହୋଇନାହିଁ। ଅପରପକ୍ଷେ ସମ୍ଭାବ୍ୟ ବାତ୍ୟାକୁ ନେଇ ଆକଳନ କରୁଥିବା ବିଭିନ୍ନ ମଡେଲ ଅନୁଯାୟୀ, ୨୫ତାରିଖ ସନ୍ଧ୍ୟାରୁ ଉପକୂଳ ଅଞ୍ଚଳରେ ପବନର ବେଗ ବଢିବ। ଘଣ୍ଟାପ୍ରତି ବେଗ ୫୦ରୁ ୬୦ କି.ମି. ରହିବ। ସେହିପରି ୨୬ ତାରିଖ ସକାଳୁ ପବନର ବେଗ ୬୦ରୁ ୭୦ କି.ମି.ରେ ରହି ସର୍ବାଧିକ ୮୦ କି.ମି. ହେବ। ୨୭ ତାରିଖ ସକାଳୁ ପବନର ବେଗ ସର୍ବାଧିକ ୧୦୦ କି.ମି. ରହିପାରେ ବୋଲି ଆକଳନ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22 ° C
    22 °
    22 °
    43 %
    1.5kmh
    0 %
    Sat
    38 °
    Sun
    38 °
    Mon
    39 °
    Tue
    38 °
    Wed
    36 °

    ସମ୍ବନ୍ଧିତ