ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା

ଆଗାମୀ ୨୪ ଘଣ୍ଟାରେ ପ୍ରବଳ  ବର୍ଷା
ଆଗାମୀ ୨୪ ଘଣ୍ଟାରେ ପ୍ରବଳ  ବର୍ଷା
ଆଗାମୀ ୨୪ ଘଣ୍ଟାରେ ପ୍ରବଳ  ବର୍ଷା

ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ । ଏହାର ପ୍ରଭାବରେ ଓଡ଼ିଶାରେ ବଡ଼ ବର୍ଷାର ସମ୍ଭାବନା ନାହିଁ । ଆଗାମୀ ୨୪ ଘଣ୍ଟା ଭିତରେ ମାଲକାନଗିରି, କୋରାପୁଟ ଓ ସୁନ୍ଦରଗ଼ଡ଼ର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ତିନି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟରେ ଅନ୍ୟ କିଛି ସ୍ଥାନରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏନେଇ ପୂର୍ବାନୁମାନ କରାଯାଇଛି । ରାଜ୍ୟରେ ଏଯାଏ ସ୍ୱାଭାବିକ ଠାରୁ ୨୧ ପ୍ରତିଶତ କମ୍‌ ବର୍ଷା ହୋଇଛି । ଭଦ୍ରକରେ ୬୦ ପ୍ରତିଶତରୁ କମ୍‌ ବର୍ଷା ରେକର୍ଡ କରାଯାଇଛି ।