Wednesday, May 21, 2025
36.1 C
Odisha

    ଆଜିଠାରୁ ୩ ମାସ ବନ୍ଦ ରହିବ ଭିତରକନିକା

    ଆଗକୁ ପଢନ୍ତୁ

    ରାଜନଗର : ଆଜିଠୁ ଭିତରକନିକା ବନ୍ଦ । ଦୀର୍ଘ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । ଏହି ସମୟରେ ପ୍ରଜନନ ପାଇଁ ବଉଳା କୁମ୍ଭୀର ହିଂସ୍ର ହେଉଥିବାରୁ ପର୍ଯ୍ୟଟକମାନଙ୍କୁ ଆକ୍ରମଣ କରିବାର ଆଶଙ୍କା ଥିବାରୁ ବନବିଭାଗ ଭିତରକନିକାକୁ ପର୍ଯ୍ୟଟକ ମାନଙ୍କୁ ବାରଣ କରିଥାଏ । ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୩ ମାସ ଧରି ବନ୍ଦ ରହିବ ଭିତରକନିକା ।

    ଏହି ୩ମାସ ଭିତରକନିକା ଭିତରେ ବୋଟ ଚଳାଚଳ କରିବ ନାହିଁ କାରଣ ବୋଟ ଚଳାଚଳ କରିବା ଦ୍ବାରା କୁମ୍ଭୀରମାନଙ୍କ ମିଳନ ପ୍ରକ୍ରିୟାରେ ବାଧା ସୃଷ୍ଟି ହୋଇଥାଏ । କୁମ୍ଭୀରମାନଙ୍କ ମିଳନ ପ୍ରକ୍ରିୟା ପରେ ମା’ କୁମ୍ଭୀରମାନେ ଅଣ୍ଡାଦାନ କରିଥାନ୍ତି ।  ଅଣ୍ଡାଦାନ କରିବା ପରେ ଛୁଆ ଫୁଟିବା ଯାଏଁ ଅଣ୍ଡା ଦେଇଥିବା ବସାକୁ ଜଗି ରହିଥାନ୍ତି ମା’କୁମ୍ଭୀର । ଅଣ୍ଡାଦାନ ପରେ ମା’ କୁମ୍ଭୀରମାନେ ଅଧିକ ହିଂସ୍ର ହେବା ସହ ଆକ୍ରମଣ କରିବାର ସମ୍ଭାବନା ଥାଏ । ପର୍ଯ୍ୟଟକମାନଙ୍କ ସୁରକ୍ଷା ଦୃଷ୍ଟିରୁ ଏହି ତିନିମାସ ଭିତରକନିକା ବନ୍ଦ ରହିଥାଏ ।

    ଅନ୍ୟପଟେ ଭିତରକନିକା ସଂଲଗ୍ନ ନଦୀକୂଳିଆ ଗ୍ରାମବାସୀ ସତର୍କତାର ସହିତ ନଦୀରେ ଚଳପ୍ରଚଳ ହେବା ପାଇଁ ସୂଚନା ଦେଇଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ । ତେବେ ଆସନ୍ତା ଅଗଷ୍ଟ ୧ ତାରିଖରେ ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ଖୋଲିବା ନେଇ ସୂଚନା ଦେଇଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    36.1 ° C
    36.1 °
    36.1 °
    42 %
    3.8kmh
    64 %
    Wed
    35 °
    Thu
    28 °
    Fri
    38 °
    Sat
    40 °
    Sun
    38 °

    ସମ୍ବନ୍ଧିତ