Thursday, May 14, 2026
27.2 C
Odisha

    ଆଜିବି ବର୍ଷିବ, ପୂରା ଓଡ଼ିଶାକୁ ଜାରି ହୋଇଛି ୟେଲୋ ଆଲର୍ଟ

    ଆଗକୁ ପଢନ୍ତୁ

    ଭୁବନେଶ୍ବର  : ସାରା ରାଜ୍ୟରେ ବର୍ଷିବ । ପୂରା ଓଡ଼ିଶାକୁ ଜାରି ହୋଇଛି ୟେଲୋ ଆଲର୍ଟ। କାଳବୈଶାଖୀ ନେଇ ପୁରା ଓଡ଼ିଶାକୁ ଆଲର୍ଟ ଜାରି କଲା ପାଣିପାଗ ବିଭାଗ । କିଛି କିଛି ସ୍ଥାନରେ ୪୦ରୁ ୫୦ କିମି ବେଗରେ ପବନ ବହିବା ନେଇ ସତର୍କତା ଜାରି କରାଯାଇଛି । ସେହିପରି ଆସନ୍ତାକାଲି ମଧ୍ୟ ୧୬ ଜିଲ୍ଲାକୁ କାଳବୈଶାଖୀ ଆଲର୍ଟ ଜାରି ହୋଇଛି । ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ କାଳବୈଶାଖୀ । ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୬ରୁ ୭ ତାରିଖ ପର୍ଯ୍ୟନ୍ତ ଦିନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ।

    ଅନ୍ୟପଟେ, ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ତାତି କମ୍ ରହିବ। ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓଡ଼ିଶାର ବହୁ ସ୍ଥାନରେ ବର୍ଷା ଆଶଙ୍କା ରହିଛି। ବର୍ଷା ସହ ଜୋରରେ ପବନ ବହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ୧୬ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୯ ଓ ୧୦ ତାରିଖରେ ଉତ୍ତର ଓଡ଼ିଶାରେ ବର୍ଷା ଆଶଙ୍କା ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    27.2 ° C
    27.2 °
    27.2 °
    72 %
    3.1kmh
    28 %
    Wed
    27 °
    Thu
    43 °
    Fri
    44 °
    Sat
    43 °
    Sun
    43 °

    ସମ୍ବନ୍ଧିତ