Monday, March 16, 2026
24.3 C
Odisha

    ଆଜି ନୀଳାଦ୍ରି ବିଜେ

    ଆଗକୁ ପଢନ୍ତୁ

    ପୁରୀ: ସରିଲା ଘୋଷଯାତ୍ରା। ୧୨ ଦିନର ଏହି ଲୀଳାଖେଳ ଶେଷ ପରେ ଶୁକ୍ରବାର ନୀଳାଦ୍ରି ବିଜେ କରିବେ ନୀଳାଦ୍ରିନାଥ। ରଥାରୂଢ଼ ଚତୁର୍ଦ୍ଧା ବିଗ୍ରହ ରଥ ଉପରୁ ପୁଣି ଗୋଟି ପହଣ୍ଡିରେ ଶ୍ରୀମନ୍ଦିର ରତ୍ନ ସିଂହାସନକୁ ବିଜେ କରିବେ। ଏତେ ଦିନ ଧରି ମାନ କରି ରହିଥିବା ମା’ ଲକ୍ଷ୍ମୀ ସାଆନ୍ତାଣୀଙ୍କୁ ରସଗୋଲା ଦେଇ ମାନଭଞ୍ଜନ କରିବେ ବ୍ରହ୍ମାଣ୍ଡଠାକୁର। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଆଜି ବିଳମ୍ୱିତ ରାତିରେ ଅଧରପଣା ନୀତି ଶେଷ ପରେ ଆସନ୍ତାକାଲିର ନୀତି ଆରମ୍ଭ ହେବ। ଶ୍ରୀମନ୍ଦିର ପ୍ରଶାସନ ଏଥିପାଇଁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ କରିଛି।

    ନିର୍ଘଣ୍ଟ ନୀତି ଅନୁଯାୟୀ, ଆସନ୍ତାକାଲି ଭୋର ୪ଟାରେ ତିନିରଥରେ ମଙ୍ଗଳ ଆଳତି ପରେ ସାଢ଼େ ୪ଟାରେ ମଇଲମ ଓ ତଡ଼ପଲାଗି, ସକାଳ ୫ଟାରେ ଅବକାଶ ନୀତି ପରେ ସକାଳ ସାଢ଼େ ୫ଟାରେ ବେଶଶେଷ ହେବ। ସାଢ଼େ ୬ଟାରେ ଗୋପାଳବଲ୍ଲଭ, ୭ଟାରୁ ୮ଟା ସକାଳଧୂପ, ସାଢ଼େ ୮ଟାରେ ମଇଲମ, ସାଢ଼େ ୯ଟାରେ ଯାତ୍ରାଙ୍ଗୀ ମହାସ୍ନାନ ଓ ସର୍ବାଙ୍ଗ, ପୂର୍ବାହ୍ଣ ୧୦ଟାରେ ବେଶଶେଷ, ସାଢ଼େ ୧୦ଟାରୁ ସାଢ଼େ ୧୧ଟା ମଧ୍ୟାହ୍ନଧୂପ, ପୂର୍ବାହ୍ଣ ୧୧ଟା ୪୫ରୁ ୧୨ଟା ଭିତରେ ମଇଲମ ଓ ବେଶ, ୧୨ଟା ୧୫ରେ ସନ୍ଧ୍ୟାଆଳତି, ଅପରାହ୍ଣ ସାଢ଼େ ୧୨ଟାରୁ ସାଢ଼େ ଗୋଟାଏ ସନ୍ଧ୍ୟାଧୂପ ନୀତି ଅନୁଷ୍ଠିତ ହେବ। ଅପରାହ୍ଣ ସାଢ଼େ ଗୋଟାଏରୁ ସାଢ଼େ ୩ଟା ଭିତରେ ତିନିରଥରେ ଚାରବନ୍ଧା ସରିବା ପରେ ସାଢ଼େ ୩ଟାରେ ସିଂହାସନ ମାଜଣା କରାଯିବ। ୩ଟା ୫୦ରେ ପୁଷ୍ପାଞ୍ଜଳି ପରେ ଅପରାହ୍ଣ ୪ଟାରେ ପହଣ୍ଡି ଆରମ୍ଭ ହେବ। ରାତି ୧୦ଟା ସୁଦ୍ଧା ପହଣ୍ଡି ଶେଷ ପରେ ରୁନ୍ଧା କାର୍ଯ୍ୟ ସମାପନ ହେବ।

    ରାତି ସାଢ଼େ ୧୨ଟା ସୁଧା ରୁନ୍ଧା ସରିବା ପରେ ଅପରାହ୍ଣ ଗୋଟାଏରୁ ଦଇତାପତି ସର୍ବାଙ୍ଗ, ଶ୍ରୀମୁଖ ଖଣ୍ଡୁଆ, ଚାରମାଳ ଫିଟା ନୀତି ଅନୁଷ୍ଠିତ ହେବ। ରାତି ସାଢ଼େ ୨ଟାରେ ସୁଦର୍ଶନ ସିଂହାସନକୁ ବିଜେ କରିବେ। ଶ୍ରୀମୁଖ ଖଣ୍ଡୁଆ ମଇଲମ ପରେ ରାତି ୨ଟା ୪୫ରେ ଚକାପୋଛା, ରାତି ୩ଟାରେ ସିଂହାସନ ଧୁଆ, ରାତି ୩ଟା ୧୦ ସୁଦ୍ଧା ମାଧବ, ଶ୍ରୀଦେବୀ, ଭୂଦେବୀ ସିଂହାସନକୁ ବିଜେ ପରେ ସାଢ଼େ ୩ଟାରେ ମହାସ୍ନାନ ଶେଷ ହେବ। ରାତି ୩ଟା ୩୫ରେ ରୋଷହୋମ, ମଇଲମ, ୩ଟା ୪୫ରେ ଚନ୍ଦନଲାଗି, ୪ଟାରେ ସୂର୍ଯ୍ୟପୂଜା, ୪ଟା ୧୫ରେ ଦ୍ବାରପାଳ ପୂଜା, ବଡ଼ସିଂହାର ବେଶ, ୪ଟା ୪୫ରେ ବଡ଼ସିଂହାର ଭୋଗ ହୋଇ ଭୋର୍‌ ୫ଟାରେ ରାତ୍ରପହୁଡ଼ ହେବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    24.3 ° C
    24.3 °
    24.3 °
    44 %
    1.4kmh
    78 %
    Mon
    37 °
    Tue
    38 °
    Wed
    37 °
    Thu
    36 °
    Fri
    35 °

    ସମ୍ବନ୍ଧିତ