Friday, September 25, 2026
24.2 C
Odisha

    ଆଜି ପବିତ୍ର ମହାଶିବରାତ୍ରି: ଚଳଚଞ୍ଚଳ ରାଜ୍ୟର ସମସ୍ତ ଶୈବପୀଠ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜି ପବିତ୍ର ମହାଶିବରାତ୍ରି । ଚଳଚଞ୍ଚଳ ରାଜ୍ୟର ବିଭିନ୍ନ ଶୈବପୀଠ । ଓଁ ନମଃ ଶିବାୟ ଧ୍ବନିରେ ପ୍ରକମ୍ପିତ ହେଉଛି ପରିବେଶ । ଦେବ ଦେବ ମହାଦେବଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି । ଲମ୍ବା ଧାଡିରେ ଯାଇ ଦର୍ଶନ କରୁଛନ୍ତି ଭକ୍ତ । ଭୋର ୪ଟାରୁ ଦ୍ବାର ଫିଟାଯାଇ ଆରମ୍ଭ ହୋଇଛି ନୀତିକାନ୍ତି । ରାତ୍ରି ୧୦ଟାରେ ଉଠିବ ମହାଦୀପ । ଶାନ୍ତି ଶୃଙ୍ଖଳାର ସହ ଦର୍ଶନ ପାଇଁ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିରରେ ୪୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି । ୨୦୦ରୁ ଊର୍ଦ୍ଧ୍ବ ପୋଲିସ ଅଧିକାରୀ ନିୟୋଜିତ ରହିଛନ୍ତି । ୧୦୦ ସିସିଟିଭି ନଜରରେ ରହିଛି ଲିଙ୍ଗରାଜ ମନ୍ଦିର ।

    ସେହିପରି ରାଜ୍ୟର ପ୍ରମୁଖ ଶୈବପୀଠ ପୁରୀର ଶ୍ରୀଲୋକନାଥ ପୀଠ, ରାଉରକେଲାର ବେଦବ୍ୟାସ, ଆଠଗଡର ଧବଳେଶ୍ବର, ଢେଙ୍କାନାଳର କପିଳାସ, ଆରଡିର ଆଖଣ୍ଡଳମଣି, ବାଲେଶ୍ବରର ପଞ୍ଚଲିଙ୍ଗେଶ୍ବର, ଜଳେଶ୍ବରର ଚନ୍ଦନେଶ୍ବର, ଭୋଗରାଇର ଭୁଷଣ୍ଡେଶ୍ବର, ନୟାଗଡ଼ର ଲଢୁବାବା, କୋରାପୁଟର ଗୁପ୍ତେଶ୍ବର ଭଳି ଶୈବ ପୀଠରେ ମହାଶିବରାତ୍ରୀ ଆଡ଼ମ୍ବରର ସହ ପାଳନ କରାଯାଉଛି । ସମସ୍ତ ଶୈବପୀଠରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଗହଳି ଦେଖିବାକୁ ମିଳୁଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    24.2 ° C
    24.2 °
    24.2 °
    96 %
    5.3kmh
    100 %
    Thu
    24 °
    Fri
    28 °
    Sat
    31 °
    Sun
    30 °
    Mon
    30 °

    ସମ୍ବନ୍ଧିତ