Friday, May 1, 2026
37.5 C
Odisha

    ଆଜି ପ୍ରୟାଗରାଜ ସଙ୍ଗମ ସ୍ଥଳରେ ସପରିବାର ସହ ସ୍ନାନ କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ତିନିଦିନିଆ ଉତ୍ତରପ୍ରଦେଶ ଗସ୍ତରେ ଯାଇଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପ୍ରୟାଗରାଜ ସଙ୍ଗମ ସ୍ଥଳରେ ସପରିବାର ସ୍ନାନ କରିଛନ୍ତି। ଏହା ସହିତ ପୂଜା ଓ ଆରତି କରି ରାଜ୍ୟବାସୀଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ କହିଛନ୍ତି ଯେ ପ୍ରୟାଗରାଜ ତ୍ରିବେଣୀ ସଂଗମରେ ସ୍ନାନ କରିବା ଅତ୍ୟନ୍ତ ଆଧ୍ୟାତ୍ମିକ ଅନୁଭବ। ଏହା କେବଳ ଗଙ୍ଗା, ଯମୁନା, ସରସ୍ବତୀ ନଦୀର ସଙ୍ଗମ ସ୍ଥଳ ନୁହେଁ; ଏହା ହେଉଛି ବିଶ୍ବାସ, ପରମ୍ପରା ଓ ଦିବ୍ୟତ୍ୱର ସଙ୍ଗମ ସ୍ଥଳ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଅର୍ପଣ କରି କହିଛନ୍ତି ଯେ ଭାରତର ଆଧ୍ୟାତ୍ମିକ ଉତ୍ତରଣରେ ତାଙ୍କର ଗୃରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତାଙ୍କ ଦୂରଦୃଷ୍ଟି ଓ ମହାନ୍ ଦୃଷ୍ଟିକୋଣ ଯୋଗୁ ଦେଶର ଗାଁରୁ ସହର ପର୍ଯ୍ୟନ୍ତ ସମସ୍ତେ ଭାରତୀୟତାର ମହାନ୍ ଅନୁଭବରେ ଉଦ୍‌ବୁଦ୍ଧ ହୋଇଛନ୍ତି। ଏହାସହ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ ଫୋନ୍‌ରେ କଥା ହୋଇ କୁମ୍ଭମେଳାର ସୁନ୍ଦର ଆୟୋଜନ ପାଇଁ ଧନ୍ୟବାଦ ଦେଇଥିଲେ। ଆଜି ମୁଖ୍ୟମନ୍ତ୍ରୀ ପ୍ରୟାଗରାଜରେ ପହଞ୍ଚିବା ପରେ ଉତ୍ତରପ୍ରଦେଶ ସରକାରଙ୍କ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ସତୀଶ ଶର୍ମା ତାଙ୍କୁ ସ୍ବାଗତ କରିଥିଲେ ଏବଂ ମୁଖ୍ୟମନ୍ତ୍ରୀଙ୍କ ସହ ସଙ୍ଗମରେ ବୁଡ଼ ପକାଇଥିଲେ। ମୁଖ୍ୟମନ୍ତ୍ରୀ ଆସନ୍ତାକାଲି ଅଯୋଧ୍ୟା ଗସ୍ତରେ ଯାଇ ଶ୍ରୀରାମ ମନ୍ଦିରରେ ରାମଲାଲାଙ୍କ ଦର୍ଶନ କରିବେ। ଆସନ୍ତା ୨୫ତାରିଖରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    37.5 ° C
    37.5 °
    37.5 °
    21 %
    0.3kmh
    60 %
    Fri
    37 °
    Sat
    42 °
    Sun
    41 °
    Mon
    39 °
    Tue
    36 °

    ସମ୍ବନ୍ଧିତ