Tuesday, March 17, 2026
23.4 C
Odisha

    ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ

    ଆଗକୁ ପଢନ୍ତୁ

    ପୁରୀ  :  ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ, ଜିଲ୍ଲାପାଳ, ଏସପି, ପରିଚାଳନା କମିଟିର ସମସ୍ତ ସଦସ୍ୟଙ୍କ ସହିତ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମାନେ ବୈଠକରେ ଉପସ୍ଥିତ ରହିବେ । ବୈଠକରେ ମହାପ୍ରଭୁଙ୍କର ରତ୍ନ ଅଳଙ୍କାରର ଗଣତି ମଣତି କେବେ ହେବ ସେନେଇ ବିସ୍ତୃତ ଭାବେ ଆଲୋଚନା ହେବ।  ସେହିପରି ଶ୍ରୀମନ୍ଦିର ନାଟମଣ୍ଡପରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କାର୍ଯ୍ୟକାରୀ ନେଇ ଆଲୋଚନା କରାଯିବ ।

    ନାଟମଣ୍ଡପରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ କାଠ ରାମ୍ପ ନିର୍ମାଣ ହୋଇଥିବା ବେଳେ ଏଥିରେ କଣ ପରିବର୍ତ୍ତନ କରାଯିବ ସେନେଇ ଆଲୋଚନା ହେବ । ଶ୍ରୀମନ୍ଦିର ସୁରକ୍ଷା ନେଇ ମଧ୍ୟ ଆଲୋଚନା ହେବ। ପ୍ରକଳ୍ପ ସାଂସ୍କୃତିକ ଏବଂ ବୈଷୟିକ ସବ କମିଟିର ବିବରଣୀ, ଶ୍ରୀମନ୍ଦିର ସହ ଜଡିତ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ଉପରେ ବିସ୍ତୃତ ଭାବେ ଆଲୋଚନା ହେବ । ମହାପ୍ରଭୁଙ୍କ ଜମିଜମା ସମସ୍ୟା ଉପରେ ମଧ୍ୟ ହେବ ଆଲୋଚନା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.4 ° C
    23.4 °
    23.4 °
    45 %
    1.1kmh
    100 %
    Tue
    36 °
    Wed
    36 °
    Thu
    35 °
    Fri
    34 °
    Sat
    33 °

    ସମ୍ବନ୍ଧିତ