Wednesday, February 5, 2025
23.8 C
Odisha

    ଆଜି ଭୁବନେଶ୍ୱରରେ ପ୍ରବାସୀ ଭାରତୀୟ ଦିବସ ଯୋଗ ଦେବେ ରାଷ୍ଟ୍ରପତି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜି ପ୍ରବାସୀ ଭାରତୀୟ ଉଦଯାପନୀ ଉତ୍ସବରେ ଯୋଗ ଦେବେ ମହାମହିମ୍ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପ୍ରବାସୀ ଭାରତୀୟମାନଙ୍କୁ ସେମାନଙ୍କର ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ପ୍ରବାସୀ ଭାରତୀୟ ସମ୍ମାନରେ ସମ୍ବର୍ଦ୍ଧିତ କରିବାର କାର୍ଯ୍ୟକ୍ରମ ରହିଛି । ବିଦେଶ ମନ୍ତ୍ରଣାଳୟ ପକ୍ଷରୁ ଏହି ସମ୍ମାନ ପାଇବାକୁ ଥିବା ବ୍ୟକ୍ତି ବିଶେଷମାନଙ୍କ ନାଁ ଘୋଷଣା ସରିଛି । ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ରାଷ୍ଟ୍ରପତି ପ୍ରାୟ ୫ ଘଣ୍ଟା ବିତାଇବା ପରେ ପୁଣି ବିମାନବନ୍ଦର ଅଭିମୁଖେ ବାହାରିବେ ।ଗତକାଲି ରାଷ୍ଟ୍ରପତି ବାୟୁସେନାର ସ୍ବତନ୍ତ୍ର ବିମାନରେ ପହଞ୍ଚିବା ପରେ ସ୍ବାଗତ କରିଥିଲେ ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସ୍ବାଗତ କରିଥିଲେ । ସେଠାରୁ ସିଧାସଳଖ ରାଜଭବନ ଅଭିମୁଖେ ବାହାରିଥିଲେ । ରାସ୍ତାର ଉଭୟ ପାର୍ଶ୍ବରେ ପାରମ୍ପରିକ ନୃତ୍ୟ, ଗୀତ ଓ ବାଦ୍ୟରେ ସ୍ବାଗତ କରାଯାଇଥିଲା ।ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମର ଦ୍ୱିତୀୟ ଦିନକୁ ପ୍ରଧାନମନ୍ତ୍ରୀ ମୋଦୀ ଉଦଘାଟନ କରିଥିଲେ । କାର୍ଯ୍ୟକ୍ରମକୁ ସମ୍ୱୋଧନ କରି ପ୍ରଧାନମନ୍ତ୍ରୀ କହିଥିଲେ, ‘ଓଡ଼ିଶା କଳା ଓ ସଂସ୍କୃତିରେ ପରିପୂର୍ଣ୍ଣ । ଖଣ୍ଡଗିରି, ଉଦୟଗିରି, କୋଣାର୍କକୁ ଦେଖିଲେ ଗର୍ବ ଅନୁଭବ ହୁଏ । କାହିଁ କେତେ ବର୍ଷ ପୂର୍ବରୁ ଓଡ଼ିଶାର ବେପାରୀମାନେ ବାଲି, ସୁମତ୍ରା, ଜାଭା ଯାତ୍ରା କରୁଥିଲେ । ତାହାର ସ୍ମୃତିରେ ବାଲିଯାତ୍ରା ଆୟୋଜନ କରାଯାଉଛି । ଦୁନିଆରେ ଯେତେବେଳେ ଅସ୍ତ୍ର ବଳରେ ସାମ୍ରାଜ୍ୟ ବଢ଼ାଇବାକୁ ଜୋର ଧରିଥିଲା, ସେତେବେଳେ ସମ୍ରାଟ ଅଶୋକ ଓଡ଼ିଶାରେ ଶାନ୍ତିର ରାସ୍ତା ବାଛିଥିଲେ । ସେଥିପାଇଁ ଆଜି ଭାରତ କହୁଛି, ଭବିଷ୍ୟତ ଯୁଦ୍ଧରେ ନୁହେଁ ବୁଦ୍ଧରେ ଅଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.8 ° C
    23.8 °
    23.8 °
    34 %
    2.2kmh
    100 %
    Wed
    23 °
    Thu
    34 °
    Fri
    34 °
    Sat
    33 °
    Sun
    34 °

    ସମ୍ବନ୍ଧିତ