Thursday, March 12, 2026
36.2 C
Odisha

    ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

    ଆଗକୁ ପଢନ୍ତୁ

    ଭୁବନେଶ୍ବର  :    ଶେଷ ଥର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଗତ ଅଗଷ୍ଟ ୧୧ରେ ଅନୁଷ୍ଠିତ ହୋଇଥିଲା। ଏହାପରେ ବିଭିନ୍ନ କାରଣରୁ ସୋମବାର ହେଉଥିବା ଏହି ଅଭିଯୋଗ ଶୁଣାଣି ବନ୍ଦ ଥିଲା। ଏବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଆଜି ଜନ ଅଭିଯୋଗ ଶୁଣାଣି ହେବ। ସକାଳ ୧୦ଟା ୩୦ରୁ ଭୁବନେଶ୍ବର ୟୁନିଟ-୨ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ)ରେ ମୁଖ୍ୟମନ୍ତ୍ରୀ ଜନଶୁଣାଣି କରିବେ। ଗତ ସେପ୍ଟେମ୍ବର ୮ରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଅଭିଯୋଗ ଦାଖଲ ପାଇଁ ଯେଉଁମାନେ ପୂର୍ବରୁ ପଞ୍ଜୀକରଣ କରିଥିଲେ ଏହି ଶୁଣାଣି ସେମାନଙ୍କ ପାଇଁ ଉଦ୍ଦିଷ୍ଟ। ସେମାନେ ଆଉ ପୁନଃ ପଞ୍ଜୀକରଣ କରିବା ଆବଶ୍ୟକ ନାହିଁ।

    ସେପ୍ଟେମ୍ବର ୮ ତାରିଖ ପାଇଁ ପୂର୍ବରୁ ପଞ୍ଜୀକରଣ କରିଥିବା ଆବେଦନକାରୀ ସେମାନଙ୍କ ପ୍ରାପ୍ତି ସ୍ବୀକାରପତ୍ର, ବ୍ୟକ୍ତିଗତ ପରିଚୟପତ୍ର ତଥା ଆବେଦନ ପତ୍ର ସହିତ ନିର୍ଦ୍ଧାରିତ ସ୍ଥାନରେ ଉପସ୍ଥିତ ରହିବାକୁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    36.2 ° C
    36.2 °
    36.2 °
    8 %
    3.9kmh
    0 %
    Thu
    37 °
    Fri
    39 °
    Sat
    40 °
    Sun
    40 °
    Mon
    38 °

    ସମ୍ବନ୍ଧିତ