Tuesday, March 3, 2026
30.7 C
Odisha

    ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି , ସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ

    ଆଗକୁ ପଢନ୍ତୁ

    ପୁରୀ : ମାର୍ଗଶିର ମାସ କୃଷ୍ଣ ନବମୀ ତିଥିରେ ଗୁରୁବାର ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ରୁ ରାତି ୧୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଏକ ଗୁପ୍ତନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ବନକଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ। ପରମ୍ପରା ଅନୁଯାୟୀ ଦ୍ବିପ୍ରହର ଧୂପ ଶେଷ ହେବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ସମ୍ପନ୍ନ କରାଯାଇଥାଏ। ଦତ୍ତ ମହାପାତ୍ର ସେବକମାନେ ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କ ଶ୍ରୀମୁଖସିଂହାର କରିଥାନ୍ତି। ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ଶ୍ରୀମନ୍ଦିର ଭାଷାରେ ବନକଲାଗି କୁହାଯାଏ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.7 ° C
    30.7 °
    30.7 °
    13 %
    2.1kmh
    2 %
    Tue
    35 °
    Wed
    36 °
    Thu
    38 °
    Fri
    38 °
    Sat
    38 °

    ସମ୍ବନ୍ଧିତ