Tuesday, March 10, 2026
21.3 C
Odisha

    ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି, ସନ୍ଧ୍ୟା ୬ରୁ ରାତି ୧୦ଟା ଯାଏଁ ଦର୍ଶନ ବନ୍ଦ

    ଆଗକୁ ପଢନ୍ତୁ

    ପୁରୀ : ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ । ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି। ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ। ମାର୍ଗଶିର ମାସ କୃଷ୍ଣ ନବମୀ ତିଥିରେ ଅନୁଷ୍ଠିତ ହେବ ବନକ ଲାଗି ନୀତି । ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

    ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସଂପନ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁଣି ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହେବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21.3 ° C
    21.3 °
    21.3 °
    89 %
    1.8kmh
    0 %
    Tue
    37 °
    Wed
    38 °
    Thu
    38 °
    Fri
    39 °
    Sat
    39 °

    ସମ୍ବନ୍ଧିତ