ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି, ସର୍ବସାଧାରଣଙ୍କ ପାଇଁ ୪ ଘଣ୍ଟା ଦର୍ଶନ ବନ୍ଦ

ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି, ସର୍ବସାଧାରଣଙ୍କ ପାଇଁ ୪ ଘଣ୍ଟା ଦର୍ଶନ ବନ୍ଦ
ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି, ସର୍ବସାଧାରଣଙ୍କ ପାଇଁ ୪ ଘଣ୍ଟା ଦର୍ଶନ ବନ୍ଦ

ଆଜି ଚୈତ୍ର କୃଷ୍ଣ ତୃତୀୟ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ‘ବନକଲାଗି’ ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପରେ ଭୋଗ ପରେ ଅପରାହ୍ଣ ୫ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ବନ୍ଦ ରହିବ।

ଏହା ମହାପ୍ରଭୁଙ୍କ ଗୁପ୍ତନୀତି ହୋଇଥିବାରୁ ଦ୍ୱିପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ କବାଟ ବନ୍ଦ କରାଯାଇ ନୀତି କରାଯାଇଥାଏ। ସୂଚନା ଅନୁସାରେ, ବନକ ଲାଗି ନୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କ ଦ୍ୱାରା କରାଯାଇଥାଏ। ଦତ୍ତ ମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଦେବତାମାନଙ୍କର ମୁଖସିଂହାର କରନ୍ତି। ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରୁହେ।