Tuesday, January 20, 2026
22.5 C
Odisha

    ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ପ୍ରସଙ୍ଗ : ପୁଣି ରାଜ୍ୟ ସରକାରଙ୍କୁ ସମାଲୋଚନା କଲେ ନବୀନ

    ଆଗକୁ ପଢନ୍ତୁ

    କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ ମାଣ୍ଡିପଙ୍କା ଗାଁରେ ଆମ୍ବ ଟାକୁଆ ଜାଉ ଖାଇ ୨ ଜଣଙ୍କ ମୃତ୍ୟୁ ପ୍ରସଙ୍ଗକୁ ନେଇ ରାଜ୍ୟର ବିଜେପି ସରକାରକୁ ପୁଣି ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ରାଜ୍ୟରେ ଦୁଇ ଦଶନ୍ଧି ତଳେ ଏପରି ଅବସ୍ଥା ଦେଖାଦେଉଥିଲା। ଆଉ ବିଜେପି ସରକାର ଆସିବା ପରେ ପୁଣି ଏହି ଘଟଣାର ପୁନଃରାବୃତ୍ତି ହୋଇଛି। ମାଣ୍ଡିପଙ୍କା ଗାଁର ନିରୀହ ଆଦିବାସୀ ଭାଇଭଉଣୀମାନଙ୍କର ଚାରି ମାସ ଧରି ରାସନ୍ ଚାଉଳ ବନ୍ଦ କାରଣରୁ ଆମ୍ବ ଟାକୁଆ ଖାଇବାକୁ ବାଧ୍ୟ ହୋଇଛନ୍ତି; ଯାହା ଆହୁରି ଦୁଃଖଦାୟକ ବୋଲି ନବୀନ କହିଛନ୍ତି। ସୋସିଆଲ ମିଡିଆ ‘ଏକ୍ସ’ରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି ‘ବିଜୁ ଜନତା ଦଳର ସରକାର ସମୟରେ ସମସ୍ତଙ୍କ ପାଇଁ ଖାଦ୍ୟ ସୁରକ୍ଷା ସୁନିଶ୍ଚିତ କରି ଏନଏଫଏସଏ କାର୍ଯ୍ୟକାରୀ କରିବାରେ ଓଡ଼ିଶା ସାରା ଦେଶରେ ଏକ ନମ୍ବର୍ ରାଜ୍ୟ ହୋଇଥିଲା। ଏହାକୁ ଆହୁରି ବ୍ୟାପକ କରିବା ପାଇଁ ଆମେ ସ୍ୱତନ୍ତ୍ର ଭାବେ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଲାଗୁ କରିଥିଲୁ। ହେଲେ ଏକ ନମ୍ବର୍ ରାଜ୍ୟ ଭାବେ କେନ୍ଦ୍ର ସରକାରଙ୍କଠାରୁ ସମ୍ମାନିତ ହେବାରୁ ଆସି ଆଜି ଏପରି ସ୍ଥିତିରେ ପହଞ୍ଚିବା ଅତ୍ୟନ୍ତ ଦୁଃଖଦ ଓ ଦୁର୍ଭାଗ୍ୟଜନକ।’

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.5 ° C
    22.5 °
    22.5 °
    25 %
    0.7kmh
    0 %
    Tue
    21 °
    Wed
    31 °
    Thu
    30 °
    Fri
    31 °
    Sat
    32 °

    ସମ୍ବନ୍ଧିତ