Friday, December 13, 2024
24.1 C
Odisha

    ଆସନ୍ତାକାଲି ସୃଷ୍ଟି ହୋଇପାରେ ଲଘୁଚାପ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ପୂର୍ବ ଏହା ଅଧିକ ଘନୀଭୂତ ହୋଇ ଆସନ୍ତାକାଲି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ୨୪ ତାରିଖରେ ଅବପାର ରୂପ ନେଇପାରେ । ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ବାତ୍ୟାରେ ପରିଣତ ହେବାର ସମ୍ଭାବନାକୁ ଏଡ଼ାଇ ଦିଆଯାଇ ନପାରେ । ଯଦି ବାତ୍ୟାର ରୂପ ନେବ, ତେବେ ଆସନ୍ତା ୨୯ ତାରିଖରେ ତାମିଲନାଡ଼ୁ ଉପକୂଳ ଛୁଇଁପାରେ । ଲଘୁଚାପ ପ୍ରଭାବ ଓଡ଼ିଶାରେ ପଡ଼ିବ ନାହିଁ । ଏବେ ୨୬ ପର୍ଯ୍ୟନ୍ତ ରାଜ୍ୟରେ ପାଗରେ ପରିବର୍ତ୍ତନ ସମ୍ଭାବନା ନାହିଁ ।

    ଅନ୍ୟପଟେ ସାରା ରାଜ୍ୟରେ ବର୍ତ୍ତମାନ ଜାରି ରହିଛି ଶୀତ ଲହରୀ । ତଳମୁହାଁ ରାତି ତାପମାତ୍ରା । ୫ ଡିଗ୍ରୀ ଯାଏ ବିଭିନ୍ନ ସ୍ଥାନରେ ହ୍ରାସ ପାଇଛି ବା ତଳମୁହାଁ ହୋଇଛି ତାପମାତ୍ରା । ତାପମାତ୍ରା ହ୍ରାସ ପାଇବା ଫଳରେ ଶୀତାର ପ୍ରକୋପ ବଢ଼ୁଥିବାରୁ ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ଶୀତ ଅନୁଭୂତ ହେଉଛି । ଆଗାମୀ ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ନାହିଁ । ପାଗ ମୁଖ୍ୟତଃ ଶୁଖିଲା ରହିବ । ଗୋଟେ ଦୁଇଟି ସ୍ଥାନରେ ତାପମାତ୍ରା ବଢ଼ିପାରେ । ସେହିପରି ଅନେକ ଜିଲ୍ଲାରେ କୁହୁଡ଼ି ହେବ ।

    ଅନ୍ୟପଟେ ଗତକାଲି ଘୁ ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୬.୨ ଡିଗ୍ରୀ ରେକର୍ଡ କରାଯାଇଛି। କୋରାପୁଟ ସେମିଳିଗୁଡ଼ାରେ ୮.୧, ଫୁଲବାଣୀରେ ୯.୫, ଦାରିଙ୍ଗବାଡ଼ିରେ ୧୦.୫ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.1 ° C
    24.1 °
    24.1 °
    33 %
    1.7kmh
    100 %
    Fri
    26 °
    Sat
    26 °
    Sun
    26 °
    Mon
    27 °
    Tue
    28 °

    ସମ୍ବନ୍ଧିତ