Saturday, September 12, 2026
24.4 C
Odisha

    ଆସନ୍ତାକାଲି ୪ ଘଣ୍ଟା ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର

    ଆଗକୁ ପଢନ୍ତୁ

    ଏପ୍ରିଲ ୧ ତାରିଖ (ସୋମବାର) ଅର୍ଥାତ ଆସନ୍ତାକାଲି ପବିତ୍ର ଚୈତ୍ର କୃଷ୍ଣ ସପ୍ତମୀ ତିଥି ଅବସରରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହେବ । ତେବେ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟା ସମୟରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ତେଣୁ ଭକ୍ତଙ୍କ ଉଦେଶ୍ୟରେ ଶ୍ରୀମନ୍ଦିର ପ୍ରଶାସନ କାର୍ୟ୍ୟାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

    ଆସନ୍ତୁ, ଜାଣିବା ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି ବିଷୟରେ:-

    ଶ୍ରୀମନ୍ଦିରରେ ଖସାପଡ଼ା ଲାଗି ନୀତି ହେଉଛି ଏକ ଗୁପ୍ତ ନୀତି । ଏହି ନୀତିରେ ଶ୍ରୀଜିଉଙ୍କର ଶ୍ରୀପୟର ସୁରକ୍ଷା ଲାଗି କରାଯାଇଥାଏ । ମହପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡାଇ ଦିଆଯାଏ । ଏହି ନୀତି ପାଇଁ ପୂର୍ବଦିନରୁ ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଥାନ୍ତି । ସେହିପରି ଶୁଦ୍ଧସୁଆର ଖଳି, କଇଁଥ ଅଠା ଯୋଗାଇଥାନ୍ତି । ମଧ୍ୟାହ୍ନ ଧୂପ ପରେ ଜୟ ବିଜୟ ଦ୍ୱାର ବନ୍ଦ କରାଯାଏ । ବେହେରଣ ଦ୍ୱାର ଦେଇ ଦଇତାପତିମାନେ ଗର୍ଭଗୃହକୁ ଯାଇ ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କର ଏହି ଗୁପ୍ତ ନୀତି ସମ୍ପନ୍ନ କରିଥାନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    24.4 ° C
    24.4 °
    24.4 °
    94 %
    3kmh
    100 %
    Sat
    25 °
    Sun
    30 °
    Mon
    30 °
    Tue
    31 °
    Wed
    31 °

    ସମ୍ବନ୍ଧିତ