Friday, December 13, 2024
24.1 C
Odisha

    ଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

    ଆଗକୁ ପଢନ୍ତୁ

    ଆସନ୍ତାକାଲି ମାର୍ଗଶିର ମାସ କୃଷ୍ଣ ପକ୍ଷ ଦଶମୀ ତିଥି ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ । ଏହି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଦ୍ୱିତୀୟ ଭୋଗମଣ୍ଡପ ବଢିବା ପରେ ଆପାତତଃ ସନ୍ଧ୍ୟା ୬ ଟା ରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ପ୍ରାୟ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଶ୍ରୀଜୀଉମାନଙ୍କ ପଇତା ଲାଗି ନୀତି ଦ୍ୱିତୀୟ ଭୋଗମଣ୍ଡପ ପରେ ପରେ ଅନୁଷ୍ଠିତ ହେବ । ଏହି ପଇତା ଲାଗି ସେବା ଦଇତାପତି ସେବକମାନଙ୍କର ଏକ ଗୋଷ୍ଠୀ ଗତ ସେବା ଅଟେ । ଶ୍ରୀଜୀଉମାନଙ୍କଠାରେ ଦୈନଦିନ ଲାଗି ହେଉଥିବା ଚନ୍ଦନର ସୁରକ୍ଷା ପାଇଁ ମହାପ୍ରଭୁର ପଇତା ଲାଗି କରାଯାଇଥାଏ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପାଟର ସେବକଙ୍କୁ ପଇତା ବୋଳିବା ପାଇଁ ତିନି ରଙ୍ଗର ବାସୁଙ୍ଗାପାଟ ଯୋଗାଇଥାଏ । ପାଟରା ସେବକ ଉକ୍ତ ବାସୁଙ୍ଗା ପାଟ ନେଇ ଶ୍ରୀଲଷ୍ମୀ ମନ୍ଦିର ଜଗମୋହନରେ ବସି ପାଟ ପଇତା ବୋଳିଥାନ୍ତି। ପଇତା ବୋଳି ସାରି ପାଟରା ସେବକ ସେହି ଦିନ ଦେଉଳ କାରଣଙ୍କୁ ଯୋଗାଇଥାନ୍ତି । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ପଇତାଲାଗି ନୀତି ସମୟରେ ସାଧାରଣ ଦର୍ଶନ ବନ୍ଦ ରହେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.1 ° C
    24.1 °
    24.1 °
    33 %
    1.7kmh
    100 %
    Fri
    26 °
    Sat
    26 °
    Sun
    26 °
    Mon
    27 °
    Tue
    28 °

    ସମ୍ବନ୍ଧିତ