Tuesday, March 17, 2026
36.4 C
Odisha

    ଆସନ୍ତା ସୋମବାର ଭାରତର ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିବେ ଜଷ୍ଟିସ ସୂର୍ଯ୍ୟକାନ୍ତ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ  : ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଆସନ୍ତା ସୋମବାର ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଭାବେ ଶପଥ ଗ୍ରହଣ କରିବେ। ଜଷ୍ଟିସ ସୂର୍ଯ୍ୟକାନ୍ତ ହେବେ ଦେଶର ୫୩ତମ ସିଜେଆଇ। ୨୦୧୯ରୁ ସେ ସୁପ୍ରିମକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରି ଆସୁଛନ୍ତି। ଏହା ପୂର୍ବରୁ ସେ ହିମାଚଳ ପ୍ରଦେଶ ହାଇକୋର୍ଟରେ ମୁଖ୍ୟ ବିଚାରପତି ଥିଲେ। ଅନ୍ୟପଟେ ବର୍ତ୍ତମାନର ସିଜେଆଇ ଭୂଷଣ ରାମକୃଷ୍ଣ ଗବଇଙ୍କର ଶୁକ୍ରବାର ଶେଷ କାର୍ଯ୍ୟ ଦିବସ ଥିଲା। ତାଙ୍କର ଅବସରଗ୍ରହଣ ତାରିଖ ନଭେମ୍ବର ୨୩ ଥିବାବେଳେ ଶନି ଓ ରବି ଦୁଇଦିନ ଛୁଟି ପଡୁଛି। ଶେଷ କାର୍ଯ୍ୟଦିବସରେ ସିଜେଆଇ ଗବଇଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା। ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ହେବାକୁ ଥିବା ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଶପଥ ଗ୍ରହଣ ଉତ୍ସବରେ ଭୁଟାନ, କେନିଆ, ମାଲେସିଆ, ମରିସସ୍‌, ନେପାଳ ଓ ଶ୍ରୀଲଙ୍କା ଭଳି ଦେଶର ପ୍ରଧାନ ବିଚାରପତି ଓ ଅନ୍ୟ ବିଚାରପତି ଏବଂ ସେମାନଙ୍କ ପରିବାର ସଦସ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    36.4 ° C
    36.4 °
    36.4 °
    19 %
    3.8kmh
    86 %
    Tue
    35 °
    Wed
    36 °
    Thu
    36 °
    Fri
    35 °
    Sat
    33 °

    ସମ୍ବନ୍ଧିତ