Thursday, April 30, 2026
30.5 C
Odisha

    ଆସନ୍ତା ୨୭ ଓ ୨୮ରେ ପ୍ରବଳ ବର୍ଷା ସମ୍ଭାବନା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର :  ଆସନ୍ତା ୨୭ ଓ ୨୮ ତାରିଖରେ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ସୂଚନା ଅନୁସାରେ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ । ରାୟଗଡା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଅଧିକ ସମ୍ଭାବନା ରହିଛି । ଏହାସହିତ ଆସନ୍ତା ୬ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ । ଆଗାମୀ କିଛି ଘଣ୍ଟାରେ ୨୬ଜିଲ୍ଲାରେ ବିଜୁଳି ଘଡଘଡି ସହିତ ବର୍ଷା ହୋଇପାରେ । ଏନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ବର୍ଷା ମୌସୁମୀ ବାୟୁ ଅଗ୍ରସରକୁ ଆହୁରି ସକ୍ରିୟ କରିବ ବୋଲି ଅନୁମାନ କରାଯାଉଛି । ଆଗାମୀ ୨ରୁ ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବା ପାଇଁ ପାଗ ଅନୁକୂଳ ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    30.5 ° C
    30.5 °
    30.5 °
    36 %
    2.4kmh
    61 %
    Wed
    30 °
    Thu
    43 °
    Fri
    41 °
    Sat
    42 °
    Sun
    42 °

    ସମ୍ବନ୍ଧିତ