Wednesday, September 23, 2026
25.3 C
Odisha

    ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ଆଜି ସାରା ଦେଶର ପେଟ୍ରୋଲ ଡିଜେଲର ନୂଆ ମୂଲ୍ୟ ପ୍ରକାଶ ପାଇଛି। କିଛି ସ୍ଥାନରେ ଦର ବୃଦ୍ଧି ପାଇଥିବା ବେଳେ ଆଉ କିଛି ସ୍ଥାନରେ ଦର ସ୍ଥିର ରହିଛି। ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ?

    ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ବୃଦ୍ଧି ପାଇ ୧୦୧. ୩୯ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨ .୬୯ ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି।

    ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି।

    ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୦ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି।

    କୋଲକାତାରେ ପେଟ୍ରୋଲ ଦର ୧୦୫ .୦୧ ଟଙ୍କା ଥିବାବେଳେ ଡିଜେଲ ଦର ୯୧ ଟଙ୍କା ୮୨ ପଇସା ରହିଛି।

    ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୮୦ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୩୯ ପଇସା ରହିଛି।

    କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍ :ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    25.3 ° C
    25.3 °
    25.3 °
    94 %
    4.7kmh
    100 %
    Wed
    26 °
    Thu
    26 °
    Fri
    27 °
    Sat
    29 °
    Sun
    28 °

    ସମ୍ବନ୍ଧିତ