Wednesday, September 9, 2026
24.4 C
Odisha

    ଆସିବେ ପ୍ରଧାନମନ୍ତ୍ରୀ: ସହର ଜଗିବେ ୮୧ ପ୍ଲାଟୁନ୍‌ ଫୋର୍ସ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଭୁବନେଶ୍ୱର ଜନତା ମଇଦାନରେ ସୁଭଦ୍ରା ଯୋଜନା ଓ ଗାଡ଼କଣରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଶୁଭାରମ୍ଭ କରିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ବ୍ଲୁ ବୁକ୍‌‌ ଅନୁଯାୟୀ, ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏୟାରପୋର୍ଟ ଓ ସଭାସ୍ଥଳର ସୁରକ୍ଷା ସହ ଟ୍ରାଫିକ ନିୟନ୍ତ୍ରଣ କ୍ଷେତ୍ରରେ ବ୍ୟାପକ ପଦକ୍ଷେପ ନିଆଯାଇଛି। ଏଥିସହ ସମଗ୍ର ଅଞ୍ଚଳ ପୂରା ସୁରକ୍ଷା ବ୍ୟବସ୍ଥାର ନିୟନ୍ତ୍ରଣରେ ଏସ୍‌‌ପିଜି ଅଧିକାରୀମାନେ ରହିଛନ୍ତି। ମୋଦିଙ୍କ ଗସ୍ତ ପାଇଁ ଟ୍ରାଫିକ କଟକଣା ଜାରି କରାଯାଇଛି। ଆସନ୍ତାକାଲି ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏଁ କଟକଣା ରହିବ। କମିଶନରେଟ୍ ପୁଲିସ ପକ୍ଷରୁ ଜାରି ହୋଇଛି ଟ୍ରାଫିକ ନିର୍ଦ୍ଦେଶନାମା । ଜୟଦେବ ବିହାର-ନାଲକୋ ଛକ-ଜୟଦେବ ବିହାର ରାସ୍ତାରେ କଟକଣା ଲାଗୁ କରାଯାଇଛି। ନନ୍ଦନକାନନ-ଜୟଦେବ ବିହାର ଯିବା ପାଇଁ ଡମଣା ଛକରୁ ବାମକୁ ଯିବେ।ଆଚାର୍ଯ୍ୟ ବିହାର-ସୈନିକ ସ୍କୁଲ ଦେଇ ନନ୍ଦନକାନନ ଆଡ଼କୁ ଯିବେ। ଜରୁରୀକାଳୀନ ସେବା ଫାୟାର, ଆମ୍ବୁଲାନ୍ସ ପାଇଁ କଟକଣା ନାହିଁ ବୋଲି କୁହାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.4 ° C
    24.4 °
    24.4 °
    93 %
    1.5kmh
    100 %
    Wed
    31 °
    Thu
    30 °
    Fri
    28 °
    Sat
    27 °
    Sun
    28 °

    ସମ୍ବନ୍ଧିତ