Tuesday, May 26, 2026
45.1 C
Odisha

    ଆସିଲା ଦଶମ ଆଡମିଟ୍‌ କାର୍ଡ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆସନ୍ତ ୨୧ ତାରିଖରୁ ରାଜ୍ୟରେ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏଥିପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ଆଡମଟି କାର୍ଡ ଜାରି କରାଯାଇଛି। ଛାତ୍ରଛାତ୍ରୀମାନେ www.bseodisha.ac.in ୱେବସାଇଟକୁ ଯାଇ ନିଜର ଆଡମିଟ କାର୍ଡ ଡାଉନଲୋଡ କରିପାରିବେ। ମାଟ୍ରିକ ସମେତ ଏସଓଏସସି ଏବଂ ମଧ୍ୟମା ପରୀକ୍ଷାର ଆଡମିଟ କାର୍ଡ ମଧ୍ୟ ୱେବସାଇଟରେ ଉପଲବ୍ଧ କରାଯାଇଥିବା ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ କୁହାଯାଇଛି।

    ସୂଚନା ଅନୁସାରେ, ଆସନ୍ତା ୨୧ ତାରିଖରୁ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ଉଭୟ ରେଗୁଲାର ଏବଂ ଏକ୍ସ ରେଗୁଲାର ପରୀକ୍ଷାର୍ଥୀଙ୍କ ପାଇଁ ପରୀକ୍ଷା ଅନୁଷ୍ଠିତ ହେବ। ପ୍ରଥମ ଦିନ ଅର୍ଥାତ ୨୧ ରେ ମାତୃଭାଷା ଓଡ଼ିଆ, ୨୪ ତାରିଖରେ ଦ୍ୱିତୀୟ ଭାଷା ଇଂରାଜୀ, ୨୭ ତାରିଖରେ ଗଣିତ , ମାର୍ଚ୍ଚ ୧ରେ ସାଧାରଣ ବିଜ୍ଞାନ, ମାର୍ଚ୍ଚ ୩ରେ ସାମାଜିକ ବିଜ୍ଞାନ, ମାର୍ଚ୍ଚ ୬ରେ ତୃତୀୟ ଭାଷା ହିନ୍ଦୀ କିମ୍ବା ସଂସ୍କୃତ ବିଷୟ ରହିଛି। ପରୀକ୍ଷା ସକାଳ ୯ ଟାରୁ ଆରମ୍ଭ ହୋଇ ପୂର୍ବାହ୍ନ ୧୧ଟା ୩୦ ପର୍ଯ୍ୟନ୍ତ ଚାଲିବ। କେବଳ ଗଣିତ ପାଇଁ ଅଧିକ ୧୫ ମିନିଟ ସମୟ ଦିଆଯିବ । ଅର୍ଥାତ ୧୧ଟା ୩୦ ପରିବର୍ତ୍ତେ ୧୧ଟା ୪୫ରେ ଗଣିତ ପରୀକ୍ଷା ଶେଷ ହେବ। ଉଭୟ ରେଗୁଲାର ଏବଂ ଏକ୍ସ ରେଗୁଲାର ପରୀକ୍ଷା ଗୋଟିଏ ସିଟିଂ ଓ ଗୋଟିଏ ପ୍ରଶ୍ନପତ୍ରରେ ହେବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    45.1 ° C
    45.1 °
    45.1 °
    11 %
    3.3kmh
    10 %
    Tue
    42 °
    Wed
    45 °
    Thu
    46 °
    Fri
    45 °
    Sat
    42 °

    ସମ୍ବନ୍ଧିତ