Tuesday, January 20, 2026
22.5 C
Odisha

    ଆସୁଛି ବାତ୍ୟା ‘ଦାନା’: ବାତିଲ ହେଲା ୧୭୮ଟି ଟ୍ରେନ୍‌

    ଆଗକୁ ପଢନ୍ତୁ

    ସମ୍ଭାବ୍ୟ ବାତ୍ୟା ପାଇଁ ବହୁ ଟ୍ରେନକୁ ବାତିଲ କରିଛି ରେଲଓ୍ୱେ। ମୋଟ ୧୭୮ଟି ଟ୍ରେନ୍‌ ବାତିଲ ନେଇ ରେଲୱେ ପକ୍ଷରୁ ସୂଚନା ଦିଆଯାଇଛି। ୨୩, ୨୪ ଏବଂ ୨୫ ମଧ୍ୟରେ ଅପ୍‌ ଟ୍ରେନ୍‌ ୮୫ ଏବଂ ଡାଉନ୍‌ ଟ୍ରେନ୍‌ ୯୩ଟି ବାତିଲ କରାଯାଇଛି। ଯାତ୍ରୀଙ୍କ ସୁରକ୍ଷା ଓ ରେଳବାଇର ବୃହତ୍‌ ସ୍ବାର୍ଥକୁ ଦୃଷ୍ଟିରେ ରଖି ୧୭୮ଟି ଟ୍ରେନ୍‌ ବାତିଲ ହୋଇଛି।

    ହାୱଡା ସିକନ୍ଦରାବାଦ, ସାଲିମାର-ପୁରୀ, ନୂଆଦିଲ୍ଲୀ-ଭୁବନେଶ୍ୱର, ହାୱଡା-ଭୁବନେଶ୍ୱର, ହାୱଡା-ପୁରୀ, ନୂଆଦିଲ୍ଲୀ-ପୁରୀ, ଖଡଗପୁର-ଖୋର୍ଦ୍ଧା, ସମ୍ବଲପୁର-ପୁରୀ, ରାଉରକେଲା-ଭୁବନେଶ୍ୱର, ସିକନ୍ଦରାବାଦ-ଭୁବନେଶ୍ୱର, ପୁଡୁଚେରୀ-ହାୱଡା, ପୁଡୁଚେରୀ-ଭୁବନେଶ୍ୱର, ବ୍ରହ୍ମପୁର-ଭୁବନେଶ୍ୱର, ବିଶାଖାପାଟନା-ଭୁବନେଶ୍ୱର, ବିଶାଖାପାଟନା-ଦୀଘା ଆଦି ଟ୍ରେନ ବାତିଲ ହୋଇଛି।

    ସୂଚନାଯୋଗ୍ୟ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟ ସାମୁଦ୍ରିକ ବାତ୍ୟା ‘ଦାନା’ ପୁରୀ-ସାଗରଦୀପ ମଝିରେ ଲ୍ୟାଣ୍ଡଫଲ କରିବ। ଏବେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି ଅବପାତ। ଡିପ୍ରେସନ ଏବେ ପାରାଦୀପ ଉପକୂଳରୁ ୭୩୦ କିଲୋମିଟର ଦକ୍ଷିଣପୂର୍ବ, ପଶ୍ଚିମବଙ୍ଗ ସାଗର ଦ୍ବୀପରୁ ୭୭୯ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବ ଓ ବାଂଲାଦେଶ ଖେପୁପରା ଉପକୂଳରୁ ୭୪୦ କିଲୋମିଟର ଦକ୍ଷିଁଣ-ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବ। ଆସନ୍ତାକାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ନେବ ବାତ୍ୟାର ରୂପ। ଏହାପରେ ବାତ୍ୟା ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୪ ସକାଳେ ଆହୁରି ସିଭିୟର ହେବ। ସିଭିୟର ସାଇକ୍ଲୋନିକ ଷ୍ଟିମ ବା ଭୀଷଣ ବାତ୍ୟା ୨୪ ରାତି ଓ ୨୫ ସକାଳ ଭିତରେ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳର ପୁରୀରୁ ସାଗର ଦ୍ବୀପ ଭିତରେ ଉପକୂଳ ଅତିକ୍ରମ କରିବ। ଉପକୂଳ ଅତିକ୍ରମ କରିବା ବେଳେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ଓ ଝଟକା ପବନବ ୧୨୦ କିଲୋମିଟର ଛୁଇଁପାରେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.5 ° C
    22.5 °
    22.5 °
    25 %
    0.7kmh
    0 %
    Tue
    21 °
    Wed
    31 °
    Thu
    30 °
    Fri
    31 °
    Sat
    32 °

    ସମ୍ବନ୍ଧିତ