Tuesday, March 17, 2026
31.5 C
Odisha

    ଆହୁରି ବଢିବ ତାତି : ୫ରୁ ୬ ଦିନ ମଧ୍ୟରେ ୨ରୁ ୪ଡିଗ୍ରୀ ବଢିପାରେ ତାପମାତ୍ରା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  :  ଆଜିଠୁ ପୁଣି ବଢିବ ତାତି ।  ୫ରୁ ୬ ଦିନ ମଧ୍ୟରେ ତାପମାତ୍ରା ପ୍ରାୟ ୨ରୁ ୪ଡିଗ୍ରୀ ସେଲସିୟସ ବୃଦ୍ଧି ପାଇପାରେ ବୋଲି ପୂର୍ବନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉତ୍ତର-ପୂର୍ବ ଆସାମ ଓ ଆଖପାଖ ଅଞ୍ଚଳରେ ରହିଥିବା ଲଘୁଚାପ କ୍ଷେତ୍ର ଏବେ ଅସ୍ପଷ୍ଟ ହେବାରେ ଲାଗିଛି ।  ତଥାପି ସଂପୃକ୍ତ ଘୂର୍ଣ୍ଣିବଳୟ ସେହି ଅଞ୍ଚଳ ଉପରେ ରହିଛି ।  ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଉତ୍ତର ସୀମା ମୁମ୍ବାଇ, ଭବାନୀପାଟଣା, ପୁରୀ, ସ୍ୟାଣ୍ଡହେଡ୍ ଦ୍ବୀପ ଦେଇ ଗତି କରୁଛି ।ଫଳରେ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଏବଂ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି। ଆଜି ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ। ଏହି ୩ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    31.5 ° C
    31.5 °
    31.5 °
    30 %
    5.1kmh
    80 %
    Tue
    32 °
    Wed
    36 °
    Thu
    36 °
    Fri
    35 °
    Sat
    33 °

    ସମ୍ବନ୍ଧିତ