Wednesday, March 18, 2026
22.3 C
Odisha

    ଆୟୁଷ ରାଷ୍ଟ୍ରମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରୟାସକ୍ରମେ ୨୦୧୪ଠାରୁ ମିଳିତ ଜାତିସଂଘ ଦ୍ୱାରା ୨୧ ଜୁନକୁ ଅନ୍ତର୍ଜାତୀୟ ଯୋଗ ଦିବସ ସମାରୋହ ଆୟୋଜନ କରାଯାଇ ଆସୁଛି। ଯୋଗକୁ ବିଶ୍ୱସ୍ତରରେ ମାନ୍ୟତା ମିଳିବା ଆମ ଦେଶ ପାଇଁ ଗୌରବର ବିଷୟ। ଯୋଗ ଆମ ଐତିହ୍ୟର ଏକ ଅଭିନ୍ନ ଅଙ୍ଗ ବୋଲି ସେ କହିଛନ୍ତି। ଯୋଗ ଦିବସକୁ ସ୍ୱାସ୍ଥ୍ୟ ଓ କଲ୍ୟାଣ ପାଇଁ ଏକ ଗଣଆନ୍ଦୋଳନରେ ପରିଣତ କରିବା ଲାଗି ୭୫ ଦିନିଆ ଅବଗଣନା କାର୍ଯ୍ୟକ୍ରମ ବେଶ ଗୁରୁତ୍ୱପୂର୍ଣ୍ଣ। ସେହିପରି ୫୦ ଦିନିଆ ଏବଂ ୨୫ ଦିନିଆ ଅବଗଣନା କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ କରାଯିବ।

    ଆଗକୁ ପଢନ୍ତୁ

    ଵର୍ଦ୍ଧିତ ସୁନା ଓ ରୂପା ଦରରୁ ସାମାନ୍ୟ ଆଶ୍ବସ୍ତି ମିଳିଛି । ଶସ୍ତା ହୋଇଛି ସୁନା ଅଳଙ୍କାର । ଯଦି ସୁନା କିଣିବାକୁ ଯାଉଛନ୍ତି ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର । ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୦ ହଜାର ୬୬୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୩ ହଜାର ୧୦୦ ଟଙ୍କାକୁ ପହଞ୍ଚିଛି ।ସେହିପରି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୦ ହଜାର ୬୬୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୮୩, ୧୦୦ ଟଙ୍କା ଛୁଇଁଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୦, ୬୬୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୮୩,୧୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୦, ୮୧୦ ଟଙ୍କା ଓ ୨୨ କ୍ୟାରେଟ୍ ୮୩, ୨୫୦ ଟଙ୍କା ରହିଛି ।

    ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୦, ୬୬୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୮୩,୧୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୦,୬୬୦ ଓ ୮୩, ୧୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୩,୦୦୦ ଟଙ୍କା ହୋଇଛି ।

    କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ…

    ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ।ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ।ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।

    ସଠିକ୍ ଦାମ୍‌ରେ କେମିତି କିଣିବେ ସୁନା

    ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ।

    ସୁନା କିଣିବା ବେଳେ ହଲ୍‌ମାର୍କ ଦେଖି ସୁନା କିଣନ୍ତୁ।

    ସୁନା କିଣିବା ବେଳେ ମେକିଂ ଚାର୍ଜ ଉପରେ ଧ୍ୟାନ ଦିଅନ୍ତୁ।

    ଅଫ୍ ସିଜନରେ ସୁନା କିଣନ୍ତୁ… କମ୍ ଦାମ୍‌ରେ ସୁନା ଗହଣା କିଣିବାର ଲାଭ ପାଇପାରିବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    22.3 ° C
    22.3 °
    22.3 °
    69 %
    8.9kmh
    99 %
    Wed
    30 °
    Thu
    34 °
    Fri
    35 °
    Sat
    34 °
    Sun
    35 °

    ସମ୍ବନ୍ଧିତ