Sunday, December 14, 2025
13.8 C
Odisha

    ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ ଆକାଉଣ୍ଟକୁ କ୍ରେଡିଟ ହୋଇଛି। ସେପଟେ ସୁଭଦ୍ରା ପାଇଁ ଆବେଦନ ପ୍ରକ୍ରିୟା ଜାରି ରହିଥିବା ବେଳେ ବର୍ତ୍ତମାନ ସୁଦ୍ଧା ଆବେଦନ କଲେଣି ୭୫ ଲକ୍ଷରୁ ଅଧିକ ମହିଳା। ତେବେ ୧୭ ସୁଦ୍ଧା ୨ହଜାର ମହିଳା ସୁଭଦ୍ରା ପାଇଁ ଅଯୋଗ୍ୟ ସାବ୍ୟସ୍ତ ହୋଇଛନ୍ତି। ତେବେ କେଉଁମାନେ ସୁଭଦ୍ରା ଟଙ୍କା ପାଇବେନି? ଆବେଦନ କରିଥିଲେ ବି ନାଁ କଟିଯିବ। ଜାଣନ୍ତୁ ରାଜ୍ୟର ସରକାରଙ୍କ ଗାଇଡଲାଇନ କଣ ରହିଛି । ଯେଉଁ ମହିଳାମାନେ ନିମ୍ନଲିଖିତ ମାନଦଣ୍ଡ ମଧ୍ୟରୁ କୌଣସିଟି ପୂରଣ କରିବେ ନାହିଁ ସେମାନେ ଏହି ଯୋଜନା ଅଧୀନରେ ଲାଭ ପାଇବାକୁ ଅଯୋଗ୍ୟ ହେବେ ବା ସେମାନଙ୍କର ନାଁ କାଟି ଦିଆଯିବ । ଡିସେମ୍ବର ମାସରେ ଆବେଦନ କଲେବି ପ୍ରଥମ କିସ୍ତି ପାଇବା ପାଇଁ ଯୋଗ୍ୟ ବିବେଚିତ ହେବେ ମହିଳା। ରକ୍ଷା ବନ୍ଧନ ପାଇଁ ପ୍ରଥମ କିସ୍ତି ଅର୍ଥ ୧୭ଠୁ ଆରମ୍ଭ ହୋଇଥିବାବେଳେ ଯେଉଁ ମାନେ ବି ଆବେଦନ କରିଛନ୍ତି ଯୋଗ୍ୟ ମହିଳାଙ୍କୁ ପର୍ଯ୍ୟାୟ କ୍ରମେ ଟଙ୍କା ପହଞ୍ଚିବ। ତେବେ ଅନେକ ଅଯୋଗ୍ୟ ମହିଳା ବି ସୁଭଦ୍ରା ଟଙ୍କା ପାଇବା ପାଇଁ ଆବେଦନ କରିଛନ୍ତି । କିନ୍ତୁ ସରକାରଙ୍କ ଗାଇଡଲାଇନ ଅନୁଯାୟୀ ର୍ନିଦ୍ଧିଷ୍ଟ ବର୍ଗର ମହିଳା ହିଁ ସୁଭଦ୍ରା ଟଙ୍କା ପାଇବେ । ଅଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ଯିବ ନାହିଁ । ସୁଭଦ୍ରା ଯୋଜନାରେ ସାମିଲ ହେବାକୁ ଥିବା ମହିଳାଙ୍କ ବୟସ ୧ ଜୁଲାଇ, ୨୦୨୪ ସୁଦ୍ଧା ୨୧ ବର୍ଷରୁ କମ ହୋଇନଥିବା ଆବଶ୍ୟକ । ସେହିଭଳି ୬୦ ବର୍ଷରୁ ଅଧିକ କୌଣସି ମହିଳା ସୁଭଦ୍ରା ଯୋଜନାରେ ସାମିଲ ହୋଇପାରିବେ ନାହିଁ । ଏମାନେ ଯଦି ଆବେଦନ କରିଥିବେ ତେବେ ନାଁ କଟିଯିବ । ସେହିଭଳି ଯଦି କୌଣସି ମହିଳା ମାସକୁ ମୋଟ ୧୫୦୦ ଟଙ୍କା କିମ୍ବା ତା ଠାରୁ ଅଧିକ କିମ୍ବା ବାର୍ଷିକ ମୋଟ ୧୮,୦୦୦ ଟଙ୍କା ବା ତା’ଠାରୁ ଅଧିକ କୌଣସି ରାଜ୍ୟ କିମ୍ବା କେନ୍ଦ୍ର ସରକାରୀ ଯୋଜନା ଯଥା- ପେନସନ, ଛାତ୍ରବୃତ୍ତି ଇତ୍ୟାଦି ସହାୟତା ଗ୍ରହଣ କରୁଛନ୍ତି ସେମାନେ ସୁଭଦ୍ରା ଟଙ୍କା ପାଇବା ପାଇଁ ଯୋଗ୍ୟ ବିବେଚିତ ହେବେ ନାହିଁ ।

    ଜଣେ ମହିଳା ନିଜେ କିମ୍ବା ତାଙ୍କ ନିଜର ପରିବାର ସଦସ୍ୟ ଯଦି ବର୍ତ୍ତମାନର କିମ୍ବା ପୂର୍ବତନ ଏମପି କିମ୍ବା ବିଧାନସଭା ସଦସ୍ୟ ହୋଇଥିବେ ସେମାନେ ସୁଭଦ୍ରା ଯୋଜନାରେ ସାମିଲ ହୋଇପାରିବେ ନାହିଁ । ସେହିଭଳି ଆୟକର ଦେଉଥିଲେ ଏହି ଯୋଜନାରେ ସାମିଲ ହୋଇପାରିବେ ନାହିଁ । ଯେ କୌଣସି ସହରାଞ୍ଚଳ ଶ୍ୱାୟତ୍ତ ଶାସନ ସଂସ୍ଥା (Urban Local body) କିମ୍ବା ପଞ୍ଚାୟତି ରାଜ ଅନୁଷ୍ଠାନରେ ନିର୍ବାଚିତ ଜନ ପ୍ରତିନିଧୀ ହୋଇଥିବେ (କେବଳ ୱାର୍ଡ ମେମ୍ବର, ସ୍ଥାନୀୟ ପରିଷଦ (Councillor) ସଦସ୍ୟ ବ୍ୟତୀତ) ତେବେ ସେମାନେ ଏଥିରେ ସାମିଲ ହୋଇପାରିବେ ନାହିଁ । ନାଁ କଟିଯିବ ।

    ଯଦି ଅବେଦନକାରୀଙ୍କ ପରିବାରର ଜଳସେଚିତ ଜମିର ପରିମାଣ ୫ ଏକରରୁ ଅଧିକ ଓ ଅଣ ଜଳସେଚିତ ଜମିର ପରିମାଣ ୧୦ ଏକରରୁ ଅଧିକ ହୋଇଥିବ ସେମାନେ ସୁଭଦ୍ରା ଟଙ୍କା ପାଇପାରିବେ ନାହିଁ । ସେହିଭଳି ଟ୍ରାକ୍ଟର, ମିନି-ଟ୍ରକ, ଛୋଟ ବାଣିଜ୍ୟିକ ଯାନ ଏବଂ ଅନ୍ୟ ସମାନ ହାଲୁକା ସାମଗ୍ରୀ ଯାନ ବ୍ୟତୀତ ୪ ଚକିଆ ଗାଡି ଥିଲେ ସୁଭଦ୍ରା ଟଙ୍କା ପାଇବେ ନାହିଁ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    13.8 ° C
    13.8 °
    13.8 °
    54 %
    1.4kmh
    3 %
    Sat
    14 °
    Sun
    27 °
    Mon
    28 °
    Tue
    28 °
    Wed
    28 °

    ସମ୍ବନ୍ଧିତ