Friday, March 13, 2026
24.5 C
Odisha

    ଏମିତି ଭରନ୍ତୁ ସୁଭଦ୍ରା ଫର୍ମ, ଜମାରୁ ହେବନି ରିଜେକ୍ଟ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ସୁଭଦ୍ରା’ ଯୋଜନା ପାଇଁ ଆରମ୍ଭ ହୋଇଛି ଆବେଦନ। ଏହି ଫର୍ମଟି ଅଙ୍ଗନବାଡି କେନ୍ଦ୍ର ବ୍ୟତୀତ ବ୍ଲକ୍ ଅଫିସ୍, ମୋ ସେବା କେନ୍ଦ୍ର ଓ ଜନସେବା କେନ୍ଦ୍ରରେ ମିଳୁଛି। ତା’ସହିତ ଫର୍ମ କେମିତି ପୂରଣ କରିବେ, ଆଉ କେଉଁ କେଉଁ ପ୍ରମାଣପତ୍ର ଦେଇ ଆବେଦନ କରିବେ ସେ ନେଇ ମଧ୍ୟ ସଚେତନ କରାଯାଉଛି। ପ୍ରଥମେ ଆଧାର କାର୍ଡରେ ଥିବା ନାମ ଲେଖି, ଆଧାର ନମ୍ବର ଲେଖିବାକୁ ପଡ଼ିବ। ପରେ ସ୍ୱାମୀ କିମ୍ବା ବାପାଙ୍କ ନାମ ଲେଖିପାରିବେ। ଜନ୍ମ ତାରିଖ ସ୍ଥାନରେ ଆଧାର କାର୍ଡରେ ଥିବା ତାରିଖ ଦେବାକୁ ହେବ। ଜୁଲାଇ ୧ ସୁଦ୍ଧା ଆବେଦନକାରୀଙ୍କୁ ଅତିକମରେ ୨୧ ବର୍ଷ ହେଉଥିବା ଦରକାର। ପରେ ଜାତି ସଂପର୍କରେ ଥିବା ବକ୍ସରେ ଟିକ୍ ମାରିବାକୁ ହେବ। ମୋବାଇଲ ନମ୍ବର ବକ୍ସରେ ଆଧାର କାର୍ଡ ଲିଙ୍କ ହୋଇଥିବା ନମ୍ବର ଦେବାକୁ ହେବ। ବିକଳ୍ପ ଭାବେ ଆପଣ ଅନ୍ୟ ନମ୍ବର ମଧ୍ୟ ଦେଇପାରିବେ। ତା’ପରେ ଠିକଣା ଲେଖି, ଆଧାର ଲିଙ୍କ ଥିବା ବ୍ୟାଙ୍କ ଆକାଉଣ୍ଟ ନମ୍ବର ଦେବାକୁ ହେବ।

    ପର ପୃଷ୍ଠାରେ ଥିବା ଯୋଗ୍ୟତା ମାନଦଣ୍ଡ ଆଧାରିତ ଏକ ଘୋଷଣା ପତ୍ରକୁ ନିଜେ ଆବେଦନକାରୀ ଦସ୍ତଖତ କରି ଆବେଦନ କରିବେ। ଫର୍ମ ଫିଲଅପ୍ ପରେ ଏହା ସହ ନିଜର ଆଧାର କାର୍ଡ, ବ୍ୟାଙ୍କ ପାସବୁକ୍ ଓ ରାସନ କାର୍ଡର ଫଟୋକପି ଦେଇ ଅନଲାଇନରେ ସୁଭଦ୍ରା ପୋର୍ଟାଲରେ ଆବେଦନ କରିବେ। ଏହାପରେ ଆବେଦନ ଗ୍ରହଣ ପତ୍ର ଆଣିବାକୁ ଯେମିତ ନ ଭୁଲନ୍ତି, ଯେଉଁଥିରେ ଆପଣଙ୍କ ଆବେଦନ ପତ୍ରର ନମ୍ବର ରହିଥିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.5 ° C
    24.5 °
    24.5 °
    48 %
    2.4kmh
    0 %
    Fri
    25 °
    Sat
    39 °
    Sun
    39 °
    Mon
    37 °
    Tue
    38 °

    ସମ୍ବନ୍ଧିତ