Friday, September 18, 2026
25 C
Odisha

    ଓଡ଼ିଶାରେ ପହଞ୍ଚିଲେ ପ୍ୟାରିସ ଅଲିମ୍ପିକ ବ୍ରୋଞ୍ଜ ବିଜୟୀ ଭାରତୀୟ ହକି ଦଳ, ନୃତ୍ୟଗୀତରେ ଭବ୍ୟ ସ୍ବାଗତ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ସଦ୍ୟ ସମାପ୍ତ ପ୍ୟାରିସ ଅଲିମ୍ପିକ୍ସରେ କାଂସ୍ୟ ପଦକ ହାସଲ କରି ଇତିହାସ ସୃଷ୍ଟି କରିଥିବା ହରମନପ୍ରୀତ ସିଂହଙ୍କ ନେତୃତ୍ୱାଧୀନ ଭାରତୀୟ ହକି ଦଳକୁ ଓଡ଼ିଶାରେ ପହଞ୍ଚିଛି। ଏୟାରପୋର୍ଟରେ ପହଞ୍ଚିବା ପରେ ଭାରତୀୟ ହକି ଦଳକୁ ପାରମ୍ପରିକ ନୃତ୍ୟଗୀତରେ ଭବ୍ୟ ସ୍ବାଗତ କରାଯାଇଛି। ଏହାପରେ ବିମାନ ବନ୍ଦରରୁ ଖୋଳାଳିମାନଙ୍କୁ ଏକ ବିଶାଳ ରୋଡ଼ ସୋ’ରେ କଳିଙ୍ଗ ଷ୍ଟାଡିୟମକୁ ଅଣାଯାଇଛି। ସେଠାରେ ଫଟୋସୁଟ୍‌ କରାଯିବ।ପରବର୍ତ୍ତୀ ସମୟରେ ଅପରାହ୍ନରେ ଲୋକସେବା ଭବନ କନଭେନ୍ସନ୍ ସେଣ୍ଟରରେ ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
    ଭାରତୀୟ ହକି ଦଳ କ୍ରମାଗତ ଦୁଇଟି ଅଲିମ୍ପିକ୍ସରେ କାଂସ୍ୟ ପଦକ ହାସଲ କରି ଏକ ବିରଳ ସଫଳତା ଅର୍ଜନ କରିଛି। ଏହାପୂର୍ବରୁ ଭାରତ ୨୦୨୦ ଟୋକିଓ ଅଲିମ୍ପିକ୍ସରେ ମଧ୍ୟ କାଂସ୍ୟ ପଦକ ଜିତିଥିଲା। କାଂସ୍ୟ ପଦକ ଜିତିବାର ଗୋଟିଏ ଦନ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭାରତୀୟ ଦଳକୁ ଅଭିନନ୍ଦନ ଜଣାଇଥିଲେ ଓ ଦଳର ପ୍ରତ୍ୟେକ ସଦସ୍ୟଙ୍କୁ ୧୫ ଲକ୍ଷ ଓ ପ୍ରତ୍ୟେକ ସପୋର୍ଟ ଷ୍ଟାଫ୍‌ଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏ ଆର୍ଥିକ ପୁରସ୍କାର ଦେବାକୁ ଘୋଷଣା କରିଥିଲେ। ଏଥିସହ ଭାରତୀୟ ଦଳର ସଦସ୍ୟ ତଥା ଓଡ଼ିଆ ତାରକା ଡିଫେଣ୍ଡର ଅମିତ ରୋହିଦାସଙ୍କୁ ୪ କୋଟି ଟଙ୍କା ପ୍ରଦାନ କରିବାକୁ ସେ ଘୋଷଣା କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25 ° C
    25 °
    25 °
    87 %
    1.2kmh
    98 %
    Thu
    25 °
    Fri
    31 °
    Sat
    31 °
    Sun
    31 °
    Mon
    31 °

    ସମ୍ବନ୍ଧିତ