Wednesday, September 16, 2026
23.9 C
Odisha

    ଓଡ଼ିଶା ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ହରିଶ ଟଣ୍ଡନ୍‌ ବୁଧବାର ଶପଥ ନେବେ

    ଆଗକୁ ପଢନ୍ତୁ

    କଟକ : ଓଡ଼ିଶା ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ହରିଶ ଟଣ୍ଡନ୍‌ ବୁଧବାର ଶପଥ ଗ୍ରହଣ କରିବେ। ହାଇକୋର୍ଟ ପରିସରରେ ପୂର୍ବାହ୍ଣ ୧୦ଟାରେ ଆୟୋଜନ ହେବାକୁ ଥିବା ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଜ୍ୟପାଳ ହରିବାବୁ କମ୍ଭମ ପାଟି ଜଷ୍ଟିସ ଟଣ୍ଡନ୍‌ଙ୍କୁ ଶପଥପାଠ କରାଇବେ ବୋଲି ବିଶ୍ବସ୍ତ ସୂତ୍ରରୁ ଜଣାପଡ଼ିଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀଙ୍କ ସହ ହାଇକୋର୍ଟର ବିଚାରପତି, ବିଚାର ବିଭାଗୀୟ ଅଧିକାରୀ ଏବଂ ଆଇନଜୀବୀମାନେ ଯୋଗଦେବେ ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ ଯେ, ଶୁକ୍ରବାର ସୁପ୍ରିମ୍‌କୋର୍ଟ କଲେଜିୟମ କରିଥିବା ଜଷ୍ଟିସ ଟଣ୍ଡନ୍‌ଙ୍କ ନିଯୁକ୍ତି ସୁପାରିସ ଉପରେ ରାଷ୍ଟ୍ରପତି ମୋହର ଲଗାଇଥିଲେ। ଜଷ୍ଟିସ ହରିଶ ଟଣ୍ଡନ୍‌ କଲକାତା ହାଇକୋର୍ଟର ବିଚାରପତି ଭାବେ ଦାୟିତ୍ବ ନିର୍ବାହ କରୁଛନ୍ତି। ୨୦୧୦ ଏପ୍ରିଲ ୧୩ରେ କଲକାତା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    23.9 ° C
    23.9 °
    23.9 °
    86 %
    1.1kmh
    31 %
    Wed
    31 °
    Thu
    31 °
    Fri
    30 °
    Sat
    31 °
    Sun
    30 °

    ସମ୍ବନ୍ଧିତ