Wednesday, March 18, 2026
19.7 C
Odisha

    ଓଡିଶାକୁ ଆଳୁ ଯୋଗାଣ ପାଇଁ ମମତାଙ୍କୁ ଚିଠି ଲେଖିଲେ ନବୀନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ସାରା ରାଜ୍ୟରେ ନିତିଦିନିଆ ପରିବାକୁ ନେଇ ହନ୍ତସନ୍ତ ରାଜ୍ୟବାସୀ । ଆଳୁ କେଜି ୫୦ରୁ ୬୦ ଟଙ୍କାରେ ବିକ୍ରି ହେଉଥିବା ବେଳେ ସମସ୍ତଙ୍କ ଚିନ୍ତା ବଢ଼ିଛି । ଧନୀ ହୁଅନ୍ତୁ ବା ଗରିବ ଆଳୁ ଦର ସମସ୍ତଙ୍କ ଚିନ୍ତାର କାରଣ ପାଲଟିଛି । ଏମିତି ସ୍ଥିତିରେ ପଶ୍ଚିମବଙ୍ଗରୁ ଆଳୁ ଆସିବା ପରେ ବଜାର ସ୍ଥିତିରେ ସୁଧାର ଆସିବ ବୋଲି ଆଶା କରାଯାଉଥିଲା । ହେଲେ ତାଜା ଖବର ଅନୁସାରେ, ପଶ୍ଚିମବଙ୍ଗ ସରକାର ଆଳୁ ଟ୍ରକକୁ ଓଡ଼ିଶା ସୀମା ପାର କରିବାକୁ ଦେଉନାହାନ୍ତି । ଏପରିକି ଓଡ଼ିଶା ଆସିବାକୁ ସୀମାରେ ଅଟକି ଥିବା ଆଳୁ ଟ୍ରକକୁ ପଶ୍ଚିମବଙ୍ଗ ପ୍ରଶାସନ ଫେରାଇ ନେଇଛି । ସୋନାକଣିଆ ଚେକପୋଷ୍ଟ ନିକଟରୁ ଖଡ଼ଗପୁର ଟ୍ରାଫିକ ଆଡିସିନାଲ ଏସପି ଆଳୁ ଟ୍ରକଗୁଡିକୁ ଫେରାଇ ନେଇଥିବା ଜଣାପଡିଛି ।

    ତେବେ ପଶ୍ଚିମବଙ୍ଗ ସରକାର ଆଳୁ ଟ୍ରକ୍‌ ଫେରାଇ ନେବା ଖବର ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏଥିରେ ହସ୍ତକ୍ଷେପ କରିଛନ୍ତି। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖି ଆଳୁ ଯୋଗାଇଣ ସ୍ୱାଭାବିକ ପାଇଁ ଅନୁରୋଧ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    19.7 ° C
    19.7 °
    19.7 °
    80 %
    2.9kmh
    100 %
    Wed
    22 °
    Thu
    31 °
    Fri
    34 °
    Sat
    34 °
    Sun
    35 °

    ସମ୍ବନ୍ଧିତ