Tuesday, March 10, 2026
32.7 C
Odisha

    ଓସିଏ ସଭାପତି ପଦରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଓସିଏ ସଭାପତି ପଦରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ। ଓସିଏର ସାଧାରଣ ପରିଷଦ ବୈଠକରେ ତାଙ୍କ ଇସ୍ତଫା ଗ୍ରହଣ କରାଯାଇଥିବା ନେଇ ଓସିଏ ସମ୍ପାଦକ ସଞ୍ଜୟ ବେହେରା କହିଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତାଫା ଦେଇଥିବା କଥା କହିଛନ୍ତି ଓସିଏ ସମ୍ପାଦକ ସଞ୍ଜୟ ବେହେରା। ଆଗାମୀ ୪୫ ଦିନ ଭିତରେ ନୂତନ ସଭାପତି ନିଯୁକ୍ତି ପାଇଁ ନିର୍ବାଚନ ହେବ ବୋଲି ଜଣାପଡିଛି।ଓସିଏ ଉପ ସଭାପତି ପଙ୍କଜ ଲୋଚନ ମହାନ୍ତି ଏବେ ସଭାପତି ଦାୟିତ୍ବ ତୁଲାଇବେ। ଆଜି ଅନୁଷ୍ଠିତ ଓସିଏ ର ବାର୍ଷିକ ସାଧାରଣ ପରିଷଦ ବୈଠକ ରେ ସୂଚନା ଦେଇଛନ୍ତି ଓସିଏ ସମ୍ପାଦକ ସଞ୍ଜୟ ବେହେରା ।କିଛି ବର୍ଷ ପୂର୍ବରୁ ଓସିଏ ସଭାପତି ନିର୍ବାଚନରେ ଜିତିଥିଲେ ପ୍ରଣବ। ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସରକାରରେ ପ୍ରଣବ ଓସିଏ ସଭାପତି ଭାବେ ନିର୍ବାଚିତ ହେଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    32.7 ° C
    32.7 °
    32.7 °
    41 %
    0.4kmh
    0 %
    Tue
    37 °
    Wed
    38 °
    Thu
    38 °
    Fri
    39 °
    Sat
    40 °

    ସମ୍ବନ୍ଧିତ