କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ

କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ
କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ

କଟକରେ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ବସ୍ ଟର୍ମିନାଲ ପାଇଁ ୬୫ କୋଟି ଟଙ୍କା ଖର୍ଚ୍ଚ ହେବ । ଖାନନଗରରେ ୧୨ ଏକର ଜାଗାରେ ନିର୍ମାଣ ହେବାକୁ ଯାଉଛି ଏହି ଅତ୍ୟାଧୁନିକ ବସ୍ ଟର୍ମିଟାଲ୍‌ । ଏହି ବସ୍‌ ଟର୍ମିନାଲ୍‌ରେ ୧୮୦ଟି ବସ୍ ପାର୍କିଂ କରି ହେବ ।

ଭୁବନେଶ୍ବରରୁ ହେଲିକାପ୍ଟରେ ଯୋଗେ କଟକ ଉପର ବାଲିଯାତ୍ରା ପଡିଆରେ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେଠାରୁ ସିଧାସଳଖ କଟକ ଓଡିଆ ବଜାର ସ୍ଥିତ ନେତାଜୀଙ୍କ ଜନ୍ମସ୍ଥାନ ଜାନକୀନାଥ ଭବନରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ମୁଖ୍ୟମନ୍ତ୍ରୀ । ଏହାପରେ ପତାକା ଉତ୍ତୋଳନ ମଧ୍ୟ କରିଥିଲେ।