Saturday, May 2, 2026
33.3 C
Odisha

    କମିଲା ବର୍ଷା, ବଢିଲା ତାତି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  :  ବର୍ତ୍ତମାନ ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନାହିଁ। ତାପମାତ୍ରା ପ୍ରାୟ ୨ରୁ ୪ ଡିଗ୍ରୀ ସେଲସିୟସ୍‌ ବୃଦ୍ଧି ପାଇପାରେ। ଏଭଳି ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର। ମୌସୁମୀର ସାମୟିକ ବିରତି ଯୋଗୁ ରାଜ୍ୟରେ ବର୍ଷା କମିଛି। କିଛି କିଛି ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହୋଇଛି । ଗତକାଲି ନୟାଗଡ଼ରେ ୧୭ ମିଲିମିଟର ମିମି ବର୍ଷା ହୋଇଥିବାବେଳେ କେନ୍ଦ୍ରାପଡ଼ା, ନୂଆପଡ଼ା, ବରଗଡ଼, ଚାନ୍ଦବାଲି, କୋରାପୁଟରେ ଅସରାଏ ଲେଖାଏଁ ବର୍ଷା ହୋଇଛି। ନୟାଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରୀ ସେଲସିୟସ୍‌ ଥିବାବେଳେ ବୌଦ୍ଧ ୩୬.୮, କୋରାପୁଟ ୩୬.୬, ତାଳଚେର ୩୬.୬, ଭୁବନେଶ୍ୱର ୩୬.୨, ବାଲେଶ୍ୱର ୩୬, ଚାନ୍ଦବାଲି ୩୫.୯ ଡିଗ୍ରୀ ସେଲସିୟସ୍‌ ଥିଲା। ଉପକୂଳ ଓଡ଼ିଶାରେ ଗୁଳୁଗୁଳି ବଢ଼ିଛି । ପାଣିପାଗ ବିଭାଗ ଅନୁସାରେ ଆଜି ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନ ସମେତ ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରିରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ସମ୍ଭାବନା ଅଛି । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକରେ କାଳବୈଶାଖୀ ପ୍ରଭାବରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ହୋଇପାରେ।

    ଶିକ୍ଷା ଓ ଅନୁସନ୍ଧାନ ପରିଚାଳିତ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ କହିଛନ୍ତି, ବର୍ତ୍ତମାନ ପାଗରେ ବଡ଼ ପରିବର୍ତ୍ତନ ସମ୍ଭାବନା ନାହିଁ । କାଁ ଭାଁ ବର୍ଷା ହୋଇପାରେ । ଜୁନ୍‌ ୭ ତାରିଖରୁ ତାପମାତ୍ରା ବଢ଼ିବା ସହ ଗରମ ବୃଦ୍ଧି ପାଇବା ସମ୍ଭାବନା ଅଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    33.3 ° C
    33.3 °
    33.3 °
    27 %
    2.3kmh
    100 %
    Sat
    34 °
    Sun
    40 °
    Mon
    40 °
    Tue
    38 °
    Wed
    37 °

    ସମ୍ବନ୍ଧିତ