କରୋନା ଟିକା ନେଲେ ମୁଖ୍ୟମନ୍ତ୍ରୀ

କରୋନା ଟିକା ନେଲେ ମୁଖ୍ୟମନ୍ତ୍ରୀ
କରୋନା ଟିକା ନେଲେ ମୁଖ୍ୟମନ୍ତ୍ରୀ

କରୋନା ଟିକା ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଧାନସଭା ପରିସରରେ ଥିବା ଚିକିତ୍ସାଳୟରେ ମୁଖ୍ୟମନ୍ତ୍ରୀ ଟିକା ନେଇଥିବା ଜଣାପଡ଼ିଛି। ପ୍ରକାଶ ଯେ, ଆଜିଠାରୁ ରାଜ୍ୟରେ ବୟସ୍କ ଓ ବହୁବିଧ ରୋଗରେ ପୀଡ଼ିତ ଲୋକଙ୍କର ଟିକାକରଣ ଆରମ୍ଭ ହୋଇଛି।୬୦ବର୍ଷରୁ ଅଧିକ ବୟସର ଲୋକେ ପରିଚୟପତ୍ର ଦେଖାଇ ଟିକା ନେଇପାରିବେ। ୪୫ବର୍ଷରୁ ଅଧିକ ଓ ୬୦ବର୍ଷରୁ କମ୍ ବୟସର ଲୋକେ ଯେଉଁମାନେ କି ବହୁବିଧ ରୋଗରେ ପୀଡ଼ିତ, ସେମାନେ ଡାକ୍ତରୀ ସାର୍ଟିଫିକେଟ ଦେଖାଇବେ। ଉଭୟ ସରକାରୀ ଓ ଘରୋଇ ହସ୍ପିଟାଲରେ ଟିକା ଦିଆଯିବାର ବ୍ୟବସ୍ଥା କରାଯାଇଛି। ସରକାରୀ ହସ୍ପିଟାଲରେ ଟିକା ମାଗଣାରେ ମିଳିବାକୁ ଥିବା ବେଳେ ଘରୋଇ ହସ୍ପିଟାଲରେ ପ୍ରତି ଡୋଜ୍ ୨୫୦ଟଙ୍କା ଦେବାକୁ ପଡ଼ିବ।