କରୋନା ନେଲା ଆଉ ୧୧ଜଣଙ୍କ ଜୀବନ, ୨୦୫୪ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

କରୋନା ନେଲା ଆଉ ୧୧ଜଣଙ୍କ ଜୀବନ, ୨୦୫୪ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
କରୋନା ନେଲା ଆଉ ୧୧ଜଣଙ୍କ ଜୀବନ, ୨୦୫୪ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦,୪୧୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୫୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ, ସୁନ୍ଦରଗଡ଼ରୁ ୨ ଜଣ, ରାୟଗଡ଼ା, ପୁରୀ, କୋରାପୁଟ, କଳାହାଣ୍ଡି ଓ ବୌଦ୍ଧ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।