Thursday, April 30, 2026
30.2 C
Odisha

    କଲେଜ୍‌ ଛାତ୍ରୀ ଦେହରେ ନିଆଁ ଲଗାଇବା ମାମଲା: ଅଧ୍ୟକ୍ଷ, ବିଭାଗୀୟ ମୁଖ୍ୟ ନିଲମ୍ବିତ

    ଆଗକୁ ପଢନ୍ତୁ

    ବାଲେଶ୍ବର : ବାଲେଶ୍ବର ଜିଲ୍ଲା ଫକୀର ମୋହନ ମହାବିଦ୍ୟାଳୟର ଜଣେ ପିଏଚ୍‌ଡି ଦ୍ବିତୀୟ ବର୍ଷର ଛାତ୍ରୀ ଦେହରେ ନିଆଁ ଲଗାଇବା ମାମଲାରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ଉଚ୍ଚଶିକ୍ଷା ବିଭାଗ କଲେଜର ଅଧ୍ୟକ୍ଷ ଦିଲ୍ଲୀପ ଘୋଷ ଓ ବିଭାଗୀୟ ମୁଖ୍ୟ ମନୋଜ ସାହୁଙ୍କୁ ନିଲମ୍ବନ କରିଛନ୍ତି। ଏହାରି ମଧ୍ୟରେ ଅଭିଯୁକ୍ତ ଅଧ୍ୟାପକଙ୍କୁ ପୁଲିସ ଗିରଫ କରିଛି।

    ସୂଚନାଯୋଗ୍ୟ, ମହାବିଦ୍ୟାଳୟର ଜଣେ ଅଧ୍ୟାପକ ଦୁର୍ବ୍ୟବହାର କରୁଥିବା ନେଇ ପିଏଚ୍‌ଡି ଦ୍ବିତୀୟ ବର୍ଷର ଛାତ୍ରୀ ଜଣକ ଅଧ୍ୟକ୍ଷଙ୍କୁ ଅଭିଯୋଗ କରିଥିଲେ। କିନ୍ତୁ କଲେଜ କର୍ତ୍ତୃପକ୍ଷ ଅଭିଯୁକ୍ତ ଅଧ୍ୟାପକଙ୍କ ବିରୋଧରେ କୌଣସି ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଶୀଘ୍ର ନେଇ ନଥିବାରୁ ଅଶାନ୍ତିରେ ଦିନ କାଟୁଥିଲେ। ଏହି କାରଣରୁ ଛାତ୍ରୀ ଜଣକ ମାନସିକ ଚାପରେ ଥିଲେ। ଶେଷରେ ଜୀବନ ହାରିବାକୁ ନିଷ୍ପତ୍ତି ନେଇଥିଲେ ଏବଂ ଆଜି ନିଜ ଦେହରେ ନିଆଁ ଲଗାଇ ଦେଇଥିଲେ।

    ଦେହରେ ନିଆଁ ଲାଗିବା ପରେ ଛାତ୍ରୀଜଣକ ଗୁରୁତର ଅବସ୍ଥାରେ ଛଟପଟ ହେଉଥିବା ବେଳେ ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ। ପ୍ରାଥମିକ ଚିକିତ୍ସା ପାଇଁ ତାଙ୍କୁ ପ୍ରଥମେ ବାଲେଶ୍ୱର ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ସ୍ୱାସ୍ଥ୍ୟବସ୍ଥା ସଂକଟାପନ୍ନ ହେବାରୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟପଟେ ଛାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଦୁଇ ଜଣ ଛାତ୍ର ଆହତ ହୋଇଛନ୍ତି। ସେମାନେ ବାଲେଶ୍ୱର ମେଡିକାଲ କଲେଜରେ ଚିକିତ୍ସିତ ହେଉଛନ୍ତି। ଛାତ୍ରୀ ୧୨ ଦିନ ହେଲା ମାନସିକ ଚାପରେ ଥିଲେ।
    କଲେଜ ଅଧ୍ୟାପକ ଛାତ୍ରୀଙ୍କୁ ଦୁର୍ବ୍ୟବହାର କରୁଥିବା ନେଇ ସେ କଲେଜ ଅଧ୍ୟକ୍ଷକଙ୍କ ପାଖରେ ଅଭିଯୋଗ କରିଥିଲେ। ଅଭିଯୋଗର ତଦନ୍ତ ପାଇଁ କଲେଜ କର୍ତ୍ତୃପକ୍ଷ ଏକ ଇଣ୍ଟରନାଲ କମିଟି ଗଠନ କରିଥିଲେ। ଅନ୍ୟପଟେ ଛାତ୍ରୀ ଜଣକ ଅଧ୍ୟାପକ ଅସଦାଚରଣ କରୁଥିବା ନେଇ ଥାନାର ମଧ୍ୟ ଦ୍ୱାରସ୍ଥ ହୋଇଥିଲେ। ପୁଲିସ ଛାତ୍ରୀଙ୍କ ବୟାନ ମଧ୍ୟ ରେକର୍ଡ କରିଥିଲା । ଆଜି କଲେଜ ଅଧ୍ୟକ୍ଷ ପୀଡିତା ଛାତ୍ରୀଙ୍କୁ କଥା ହେବା ପାଇଁ ଡାକିଥିଲେ। ପ୍ରିନ୍ସିପାଲଙ୍କ ପ୍ରକୋଷ୍ଠରୁ ବାହାରିବା ପରେ ଛାତ୍ରୀ ଜଣକ ନିଜ ଦେହରେ ପେଟ୍ରୋଲ ଢାଳି ହୋଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡ଼ିଛି। ଅଭିଯୁକ୍ତ ଅଧ୍ୟାପକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ବଦଳରେ ଘଟଣାକୁ ଚାପି ଦେବାକୁ ଉଦ୍ୟମ ହେଉଥିବା ଅନୁଭବ କରିବା ପରେ ପୀଡିତା ଚରମ ପଦକ୍ଷେପ ନେଇଛନ୍ତି ବୋଲି ମଧ୍ୟ ଚର୍ଚ୍ଚା ହେଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    30.2 ° C
    30.2 °
    30.2 °
    38 %
    0.5kmh
    12 %
    Thu
    42 °
    Fri
    39 °
    Sat
    42 °
    Sun
    41 °
    Mon
    39 °

    ସମ୍ବନ୍ଧିତ