Tuesday, March 3, 2026
30.7 C
Odisha

    କାଲି ଲଘୁଚାପ, ୨୪ରେ ଡିପ୍ରେସନ

    ଆଗକୁ ପଢନ୍ତୁ

    ଭୁବନେଶ୍ବର  : କାଲି ଲଘୁଚାପ, ୨୪ରେ ଡିପ୍ରେସନ  । ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ।   ୨୪ରେ ଅଧିକ ଘନୀଭୂତ ହୋଇ ଏହା ଡିପ୍ରେସନର ରୂପ ନେବ ଏବଂ ୨୬ କିମ୍ବା ୨୭ ବେଳକୁ ବାତ୍ୟାର ରୂପ ନେବ । ଏନେଇ ବିଭିନ୍ନ ପାଣିପାଗ ମଡେଲରେ ଆକଳନ କରାଯାଇଛି ।  ଦକ୍ଷିଣ ଆଣ୍ଡାମାନ ସାଗରରେ କେନ୍ଦ୍ରୀୟ ଷ୍ଟ୍ରେଟ ଅଫ ମଲାକ୍କା ନିକଟରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ ।  ପ୍ରଭାବରେ ଆସନ୍ତା କାଲି ଲଘୁଚାପ ସୃଷ୍ଟି ହେବ।

    କ୍ରମଶଃ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଘନୀଭୂତ ହେବା ସହ ୨୪ ତାରିଖ ବେଳକୁ ଡିପ୍ରେସନରେ ପରିଣତ ହେବ। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ପଶ୍ଚିମ- ଉତ୍ତର ପଶ୍ଚିମ ଦିଗରେ ଗତି କରିବ ।  ଦକ୍ଷିଣ ପୂର୍ବ ବଙ୍ଗୋପସାଗର ମୁହାଁ ହୋଇ ଅଧିକ ଘନୀଭୂତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।  କିନ୍ତୁ ବାତ୍ୟା ହେଲେ କୁଆଡ଼େ ରହିବ ଏହାର ଗତିପଥ ।  ଅଧିକାଂଶ ମଡେଲରେ ଦକ୍ଷିଣ ଆନ୍ଧ୍ରପ୍ରଦେଶ କିମ୍ବା ଉତ୍ତର ତାମିଲନାଡୁ ଅଞ୍ଚଳରେ ବାତ୍ୟା ସ୍ଥଳଭାଗ ଛୁଇଁବା ଅନୁମାନ କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.7 ° C
    30.7 °
    30.7 °
    13 %
    2.1kmh
    2 %
    Tue
    35 °
    Wed
    36 °
    Thu
    38 °
    Fri
    38 °
    Sat
    38 °

    ସମ୍ବନ୍ଧିତ