Saturday, March 7, 2026
29.5 C
Odisha

    କାଳବୈଶାଖୀ ବର୍ଷାରେ ଭିଜିଲା ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳ

    ଆଗକୁ ପଢନ୍ତୁ

    କାଳବୈଶାଖୀ ବର୍ଷାରେ ଭିଜିଲା ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳ । ଅସହ୍ୟ ଗରମ ଓ ଗୁଳୁଗୁଳିରୁ ସାମାନ୍ୟ ଆଶ୍ୱସ୍ତି ଦେଇଛି କାଳବୈଶାଖୀ ବର୍ଷା । ଭୁବନେଶ୍ବର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି। ବିଭିନ୍ନ ଅଞ୍ଚଳରେ ପବନ ସାଙ୍ଗକୁ ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ମୁଣ୍ଡଫଟା ଖରା ସାଙ୍ଗକୁ ଅସହ୍ୟ ତାତି ପରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହୋଇଥିଲା। କିଛି ଦିନର ପ୍ରଚଣ୍ଡ ଖରା ପରେ ଆଜିର ବର୍ଷା ଯୋଗୁଁ ରାଜଧାନୀବାସୀଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି।

    ପୂର୍ବାନୁମାନ ଅନୁଯାୟୀ, ଆଗାମୀ ୩ ରୁ ୪ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଦିନ ତାପମାତ୍ରାରେ ୪ ରୁ ୬ ଡ଼ିଗ୍ରୀ ଯାଏଁ ହ୍ରାସ ସମ୍ଭାବନା ରହିଛି । ଆଗାମୀ ମଇ ୬ ରୁ ୮ ତାରିଖ ମଧ୍ୟରେ ଉତ୍ତର ଉପକୂଳ ଓଡିଶା-ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ପବନର ବେଗ ୪୦ ରୁ ୫୦ କିମି ବେଗରେ ରହିବାର ସମ୍ଭାବନା ଥିବାରୁ ସାମୁଦ୍ରିକ ସ୍ଥିତି ଅଶାନ୍ତରୁ ଅତ୍ୟଧିକ ଅଶାନ୍ତ ରହିବାର ସମ୍ଭାବନା ରହିଛି। ଜନସାଧାରଣଙ୍କୁ ପାଣିପାଗ ଉପରେ ନଜର ରଖିବାକୁ ଏବଂ ସେହି ଅନୁଯାୟୀ ବଜ୍ରପାତରୁ ରକ୍ଷା ପାଇବା ପାଇଁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    29.5 ° C
    29.5 °
    29.5 °
    44 %
    2kmh
    18 %
    Sat
    35 °
    Sun
    36 °
    Mon
    37 °
    Tue
    39 °
    Wed
    39 °

    ସମ୍ବନ୍ଧିତ