Tuesday, May 26, 2026
43.1 C
Odisha

    କାହିଁକି ଦୁର୍ବଳ ହେଲା ଏହି ଭୟଙ୍କର ବାତ୍ୟା ‘ଦାନା

    ଆଗକୁ ପଢନ୍ତୁ

    ପାଣିପାଗ ବିଭାଗର ଆକଳନଠାରୁ କମ୍‌ ହୋଇଛି ବର୍ଷା ପବନ। ତେବେ ବାତ୍ୟା ଦୁର୍ବଳ ହେବା ପରେ ଏହାକୁ ନେଇ ନାନା ପ୍ରଶ୍ନ ଉଙ୍କିମାରିଛି। ସମସ୍ତଙ୍କ ମୁହଁରେ ଗୋଟିଏ ପ୍ରଶ୍ନ ଏତେ ଭୟଙ୍କର ରୂପ ଧାରଣ କରି ଆସୁଥିବା ବାତ୍ୟା ହଠାତ୍‌ କାହିଁକି ଦୁର୍ବଳ ହୋଇପଡ଼ିଲା। ତେବେ ଏହାର କାରଣ କହିଛନ୍ତି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି।

    ସେ କହିଛନ୍ତି, ‘ଦାନା’ ଉପକୂଳ ମୁହାଁ ହେଉଥିବା ବେଳେ ୨ଟି ଆଣ୍ଟି ସାଇକ୍ଲୋନିକ୍‌ ସର୍କୁଲେସନ ସୃଷ୍ଟି ହୋଇଥିଲା। ଉଭୟ ପୂର୍ବ ଓ ପଶ୍ଚିମ ଦିଗରୁ ଦୁଇଟି ଆଣ୍ଟି ସାଇକ୍ଲୋନିକ୍‌ ସର୍କୁଲେସନ ସୃଷ୍ଟି ହେବାରୁ ବାତ୍ୟାର ଗତି ସାମାନ୍ୟ ମନ୍ଥର ହୋଇଯାଇଥିଲା। ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ସାଧାରଣତଃ ୫ରୁ ୬ ଘଣ୍ଟା ଲାଗିଥାଏ। ହେଲେ ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଟିକେ ବିଳମ୍ବ ହୋଇଥିଲା। ତେଣୁ ବାତ୍ୟା ଦୁର୍ବଳ ହୋଇପଡ଼ିଲା।

    ଅନ୍ୟପକ୍ଷରେ ଗୁରୁବାର ରାତିରେ ଲ୍ୟାଣ୍ଡଫଲ୍‌ କରିଥିଲା ବାତ୍ୟା। ଏହାର ପ୍ରଭାବରେ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ପେଣ୍ଠ ଅଞ୍ଚଳ ବ୍ୟାପକ କ୍ଷୟକ୍ଷତି ଘଟିଛି। ଅନେକ ଗଛ ଭାଙ୍ଗିବା ସହ ଉଚ୍ଚ ଜୁଆର ମାଡ଼ି ଆସିଥିଲା। ବାତ୍ୟା ଲ୍ୟାଣ୍ଡଫଲ୍‌ କରିବା ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ କିଲୋମିଟର ରହିଥିଲା।

    ସେହିପରି ଭଦ୍ରକର ଧାମରା ଅଞ୍ଚଳରେ ମଧ୍ୟ କ୍ଷୟକ୍ଷତି ଘଟିଥିଲା। ବାତ୍ୟା ସ୍ଥଳଭାଗ ଛୁଇଁବା ପୂର୍ବରୁ ଗୁରୁବାର ଦିନତମାମ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବର୍ଷା, ପବନ ଲାଗି ରହିଥିଲା। ଶୁକ୍ରବାର କେନ୍ଦୁଝର, ଅନୁଗୋଳ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଖୋର୍ଦ୍ଧା, ଢେଙ୍କାନାଳ, ଯାଜପୁର ଓ ପୁରୀ ଜିଲାର କେତେକ ସ୍ଥାନରେ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ନୟାଗଡ଼, ବୌଦ୍ଧ ଏବଂ ସୋନପୁର ଜିଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲା ପାଇଁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ୧୬ ଜିଲା ଅନୁଗୋଳ, ବାଲେଶ୍ୱର, ବୌଦ୍ଧ, ଭଦ୍ରକ, କଟକ, ଢେଙ୍କାନାଳ, ଗଜପତି, ଗଞ୍ଜାମ, ଜଗତ୍‌ସିଂହପୁର, ଯାଜପୁର, କନ୍ଧମାଳ, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼, ପୁରୀରେ ବାତ୍ୟା ପ୍ରଭାବରେ ବନ୍ୟା ସ୍ଥିତି ଉପୁଜିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
    ଗୁରୁବାର ରାତିରେ ୫ ଲକ୍ଷ ୮୪ ହଜାର ୮୮୮ଜଣଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଥିଲେ। ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    43.1 ° C
    43.1 °
    43.1 °
    15 %
    4.5kmh
    11 %
    Tue
    44 °
    Wed
    45 °
    Thu
    46 °
    Fri
    44 °
    Sat
    43 °

    ସମ୍ବନ୍ଧିତ