Saturday, February 14, 2026
16.3 C
Odisha

    କିଟର ସରକାରୀ ଜମି ଓ ଜଙ୍ଗଲ ଜମି ଜବରଦଖଲ ପ୍ରସଙ୍ଗ, ସ୍ପେଶାଲ ଡ୍ରାଇଭ୍ ପାଇଁ ଯୋଜନା ହେଉଛି: ଆଇନ ମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ସରକାରୀ ଜମି ଓ ଜଙ୍ଗଲ ଜମି ଜବରଦଖଲ ପ୍ରସଙ୍ଗରେ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଯେଉଁଠି ଯେଉଁଠି ଜବରଦଖଲ ଅଛି, ଜବରଦଖଲମୁକ୍ତ କରିବାକୁ ରାଜସ୍ବ ବିଭାଗ ଓ ଏଇ ବିଭାଗ ପକ୍ଷରୁ ସ୍ପେଶାଲ ଡ୍ରାଇଭ୍ ପାଇଁ ଯୋଜନା ହେଉଛି। ଖୁବ୍  ଶୀଘ୍ର ଏନେଇ ସଂପୃକ୍ତ ବିଭାଗ ପଦକ୍ଷେପ ନେବେ।ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ କହିଛନ୍ତି, ଯେଉଁ ଜଙ୍ଗଲ ଜମି ଅବରୋଧ ହୋଇଛି, ତାହା ବ୍ୟବସାୟିକ ଉଦ୍ଦେଶ୍ୟରେ ହେଉ ବା ବେଆଇନ୍ ଭାବେ ଜବରଦଖଲ ହେଉ, ସେ ବାବଦରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି କିଛି ଦିନ ପୂର୍ବରୁ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ବିଧାନସଭାରେ କହିଥିଲେ ଓ ଏବେ ସେନେଇ ସରକାର ପ୍ରକ୍ରିୟା ଆରମ୍ଭ କରିସାରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    16.3 ° C
    16.3 °
    16.3 °
    41 %
    1kmh
    4 %
    Sat
    32 °
    Sun
    33 °
    Mon
    34 °
    Tue
    34 °
    Wed
    34 °

    ସମ୍ବନ୍ଧିତ