Saturday, January 3, 2026
20.9 C
Odisha

    ଖରା ପାଇଁ ଖୋର୍ଦ୍ଧା ଓ କେନ୍ଦ୍ରାପଡ଼ା ଜିଲ୍ଲାର ସମସ୍ତ ସ୍କୁଲର ସକାଳୁଆ ସମୟରେ ହେଲା ପରିବର୍ତ୍ତନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଖରା ପାଇଁ ଖୋର୍ଦ୍ଧା ଓ କେନ୍ଦ୍ରାପଡ଼ା ଜିଲ୍ଲାର ସମସ୍ତ ସ୍କୁଲର ସକାଳୁଆ ସମୟରେ ପରିବର୍ତ୍ତନ ହୋଇଛି। ଖୋର୍ଦ୍ଧା ଜିଲାରେ ଅଙ୍ଗନବାଡ଼ିରୁ ପ୍ରାଥମିକ, ଉଚ୍ଚ ପ୍ରାଥମିକ, ଉଚ୍ଚ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପର୍ଯ୍ୟନ୍ତ ଅର୍ଥାତ ଅଙ୍ଗନବାଡ଼ିରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ଖୋର୍ଦ୍ଧା ଜିଲାରେ ସମସ୍ତ ସ୍କୁଲ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ଚାଲିବ। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି। ସେହିପରି କେନ୍ଦ୍ରାପଡ଼ାରେ ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ସକାଳ ୬.୩୦ରୁ ୧୦ଟା ଯାଏଁ ଚାଲିବ ବୋଲି କେନ୍ଦ୍ରାପଡା ଜିଲ୍ଲାପାଳଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାପରେ ସ୍କୁଲ ଛୁଟି କରିଦିଆଯିବ ବୋଲି ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବିଦ୍ୟାଳୟ ପରିସରରେ ପର୍ଯ୍ୟାପ୍ତ ପରିମାଣରେ ପାନୀୟ ଜଳ ମହଜୁଦ ରଖିବାକୁ ପରାମର୍ଶ ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    20.9 ° C
    20.9 °
    20.9 °
    44 %
    0.6kmh
    12 %
    Sat
    28 °
    Sun
    28 °
    Mon
    28 °
    Tue
    27 °
    Wed
    28 °

    ସମ୍ବନ୍ଧିତ