Sunday, March 22, 2026
23.1 C
Odisha

    ଗୃହନଗର ଉନ୍ନୟନ ବିଭାଗର ସମୀକ୍ଷା: କଟକ, ପୁରୀ ଓ ପାରାଦୀପକୁ ନେଇ ବୃହତ୍ ଭୁବନେଶ୍ୱର ଗଠନ ହେବ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରିଛନ୍ତି। ଭୁବନେଶ୍ୱର, କଟକ, ପୁରୀ ଓ ପାରାଦୀପକୁ ନେଇ ପ୍ରସ୍ତାବିତ ଅର୍ଥନୈତିକ ଅଞ୍ଚଳ ବୃହତ୍‌ ଭୁବନେଶ୍ୱର ସମ୍ପର୍କରେ ଆଲୋଚନା ହୋଇଛି। ୨୦୩୬ ବିକଶିତ ଓଡିଶା ଗଠନ ପାଇଁ ଉଭୟ ସହରୀକରଣ ଓ ଅର୍ଥନୈତିକ ଦୃଷ୍ଟିକୋଣରୁ ଏହାର ଆବଶ୍ୟକତା ରହିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ସମୁଦାୟ ୮୫୦୦ ବର୍ଗ କିଲୋମିଟର ଅଞ୍ଚଳକୁ ସମାବେଶୀ, ବାସପଯୋଗୀ ଓ ଦୀର୍ଘସ୍ଥାୟୀ ଅର୍ଥନୈତିକ ଅଞ୍ଚଳ ଭାବେ ବିକଶିତ କରିବା ଯୋଜନା ରହିଛି।

    ଆଗାମୀ ୫୦ ବର୍ଷକୁ ଆଖି ଆଗରେ ରଖି ଆବଶ୍ୟକସ୍ଥଳେ ଆଉ ଅଧିକ ଅଞ୍ଚଳ ଏଥିରେ ଅନ୍ତର୍ଭୁକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ତେବେ ଏହି ପ୍ରକଳ୍ପ ନିର୍ମାଣ ପୂର୍ବରୁ ଅନ୍ୟ ରାଜ୍ୟମାନଙ୍କୁ ଯାଇ, ସେମାନଙ୍କ ଯୋଜନାକୁ ଅନୁଧ୍ୟାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଭୁବନେଶ୍ୱରର କ୍ରମବର୍ଦ୍ଧିଷ୍ଣୁ  ଜନସଂଖ୍ୟାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ନିକଟବର୍ତ୍ତୀ ଅଞ୍ଚଳରେ ଆଉ ଏକ ନୂତନ ସହର ନିର୍ମାଣ ଏବଂ ମେଟ୍ରୋ ରେଳ ଚଳାଚଳ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା। ରାଜ୍ୟର ସହରାଞ୍ଚଳ ବିକାଶ ପାଇଁ ଏକ ଯୋଜନା ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।

    ବୈଠକରେ ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡା. କୃଷ୍ଣଚନ୍ଦ୍ର ମହାପାତ୍ର, ମୁଖ୍ୟ ସଚିବ ମନୋଜ ଆହୁଜା, ଉନ୍ନୟନ କମିସନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ନିକୁଞ୍ଜ ବିହାରୀ ଧଳ, ଶିଳ୍ପ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ହେମନ୍ତ ଶର୍ମା, ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଉଷା ପାଢୀ, ଅର୍ଥ ବିଭାଗ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର, ପୂର୍ତ୍ତ ବିଭାଗ ପ୍ରମୁଖ ସଚିବ ବୀର ବିକ୍ରମ ଯାଦବ ଉପସ୍ଥିତ ଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    23.1 ° C
    23.1 °
    23.1 °
    53 %
    1.4kmh
    64 %
    Sat
    22 °
    Sun
    33 °
    Mon
    35 °
    Tue
    37 °
    Wed
    39 °

    ସମ୍ବନ୍ଧିତ