Wednesday, October 23, 2024
21.7 C
Odisha

    ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ପ୍ରସ୍ତୁତ ରହିବାକୁ ବଭିିନ୍ନ ବିଭାଗକୁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ନିର୍ଦ୍ଦେଶ

    ଆଗକୁ ପଢନ୍ତୁ

    ଗ୍ରୀଷ୍ମ ପ୍ରବାହକୁ ଆଖି ଆଗରେ ରଖି ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷାପୂର୍ବକ କିପରି ଏହାର ପ୍ରତିକାର ଓ ମୁକାବିଲା କରାଯାଇ ପାରିବ ଏ ସଂପର୍କରେ ସ୍ୱତନ୍ତ୍ର ରିଲିଫ୍‌ କମିଶନର ସତ୍ୟବ୍ରତ ସାହୁଙ୍କ ପକ୍ଷରୁ ସମସ୍ତ ବିଭାଗକୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

    -ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ଓ ଗୃହନିର୍ମାଣ ଓ ନ ଗର ଉନ୍ନୟନ ବିଭାଗ ପକ୍ଷରୁ ବିଭନ୍ନ ଗ୍ରାମ, ପଡ଼ା ଓ ୱାର୍ଡରେ ଜଳସଂକଟ ଥିବା ଅଞ୍ଚଳକୁ ଚିହ୍ନଟ କରିବା ସହ ପାନୀୟ ଜଳ ଯୋଗାଣ ସୁନିଶ୍ଚିତ କରିବା ସହ ଅନ୍ୟାନ୍ୟ ବ୍ୟବହାର ପାଇଁ ୱାଟର ଟ୍ୟାଙ୍କର ମାଧ୍ୟମରେ ଜଳ ଯୋଗାଇଦେବା ସହ ବଜାରଘାଟ, ବସ୍‌ଷ୍ଟାଣ୍ଡ ଓ ଅନ୍ୟ ଜନଗହଳିପୂର୍ଣ୍ଣ ସ୍ଥାନଗୁଡ଼ିକରେ ପାନୀୟ ଜଳ ସେବା କେନ୍ଦ୍ର ଓ ଜଳଛତ୍ର ଖୋଲିବା ସହ ଆଗୁଆ ଅଚଳ ନଳକୂପଗୁଡ଼ିକର ମରାମତି, ପାଇପ ଜଳଯୋଗାଣ ବ୍ୟବସ୍ଥା ତ୍ୱରାନ୍ୱିତ କରିବା, ଗ୍ରାମାଞ୍ଚଳ ଓ ସହରାଞ୍ଚଳ ରେ ଥିବା ଆଶ୍ରୟସ୍ଥଳୀ, ଗୋଷ୍ଠୀ କେନ୍ଦ୍ର ଗୃହ ଗୁଡ଼ିକୁ ବାସହୀନ ଓ ଆଶ୍ରୟସ୍ଥଳ ଆବଶ୍ୟକ ଥିବା ଜନସାଧାରଣଙ୍କୁ ଦିନବେଳା ଆଶ୍ରୟ ଯୋଗାଇ ଦେବାର ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦିିଆଯାଇଛି । ଜଳସଂପଦ ବିଭାଗ ପକ୍ଷରୁ ଜଳଭଣ୍ଡାରଗୁଡ଼ିକରୁ କେନାଲକୁ ଆବଶ୍ୟକ ଜଳ ଯୋଗାଇ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ମତ୍ସ୍ୟପାଳନ ଓ ପଶୁସଂପଦ ବିକାଶ ବିଭାଗ ପକ୍ଷରୁ ବୁଲା ପଶୁ ଗୋରୁଗାଈମାନଙ୍କ ପାଇଁ ପିଇବା ପାଇଁ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

    -ବିଦ୍ୟାଳୟ, ମହାବିଦ୍ୟାଳୟ, ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକ ପରିସରରେ ଥିବା ଅଚଳ ନଳକୂପଗୁଡ଼ିକ ସଜାଡ଼ିବା ସହ ପ୍ରଚୁର ପରିମାଣର ଓଆର୍‌ଏସ୍‌ ମହଜୁଦ ରଖିବା ସହ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଖରା ସମୟରେ ବାହ୍ୟ କାର୍ଯ୍ୟକଳାପକୁ ନିଷିଦ୍ଧ କରାଯାଇଛି । ବିଦ୍ୟାଳୟର ସମୟ, ଗ୍ରୀଷ୍ମ ପ୍ରବାହର ଆଗୁଆ ସୂଚନା ଅନୁସାରେ ପରିବର୍ତ୍ତନ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଉଚ୍ଚଶିକ୍ଷା ବିଭାଗ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    21.7 ° C
    21.7 °
    21.7 °
    69 %
    1.8kmh
    100 %
    Wed
    22 °
    Thu
    25 °
    Fri
    26 °
    Sat
    25 °
    Sun
    22 °

    ସମ୍ବନ୍ଧିତ