Monday, December 15, 2025
13.9 C
Odisha

    ଚାଲିଛି ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର

    ଆଗକୁ ପଢନ୍ତୁ

    ପୁରୀ : ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଛି। ରତ୍ନ ଅଳଙ୍କାର ସ୍ଥାନାନ୍ତର ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିଛି। ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଶ୍ରୀମନ୍ଦିର ଭିତରକୁ ଯାଇଛନ୍ତି। ରତ୍ନ ଅଳଙ୍କାର ସ୍ଥାନନ୍ତର ପରେ ଶ୍ରୀମନ୍ଦିର ନାଟମଣ୍ଡପ ଓ ଜଗମୋହନ ଶୋଧ କରାଯିବ ବୋଲି ଜଣାପଡିଛି। ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତି ଓ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁଯାୟୀ ଅସ୍ଥାୟୀ ରତ୍ନଭଣ୍ଡାରରେ ରଖାଯାଇଥିବା ଶ୍ରୀବିଗ୍ରହମାନଙ୍କ ଅଳଙ୍କାର ତଥା ମୂଲ୍ୟବାନ ସାମଗ୍ରୀ ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯାଉଛି। ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ କାର୍ଯ୍ୟ ଶେଷ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ତେବେ ଭକ୍ତମାନେ ମହାପ୍ରସାଦ ପାଇଁ ଉତ୍ତରଦ୍ୱାର ଦେଇ ଆନନ୍ଦବଜାରକୁ ଯାଇପାରିବେ। ସ୍ଥାନାନ୍ତର କାର୍ଯ୍ୟ ସମାପନ ପରେ ପ୍ରବେଶ କଟକଣା ପ୍ରତ୍ୟାହାର ସହ ଦର୍ଶନ ସ୍ବାଭାବିକ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯିବା ସହ ଭକ୍ତମାନେ ଏ ନେଇ ସହଯୋଗ କରିବାକୁ ଅନୁରୋଧ କରାଯାଇଛି।
    ଅସ୍ଥାୟୀ ଷ୍ଟ୍ରଙ୍ଗରୁମ୍ରୁ (ଖଟଶେଯ ଓ ଚାଙ୍ଗଡ଼ା ଘର) ରତ୍ନଅଳଙ୍କାରଗୁଡ଼ିକ ସୁରକ୍ଷିତ ଭାବେ ସ୍ଥାନାନ୍ତର ପାଇଁ ପ୍ରାଧିକୃତ ୧୧ ଜଣିଆ କମିଟି ଗଠନ କରାଯାଇଛି। ଏହି କମିଟିରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲାପାଳ, ଏସ୍ପି, ଏଏସଆଇ ଅଧିକାରୀ, ରତ୍ନଭଣ୍ଡାର ସବ୍କମିଟି ସଦସ୍ୟ ଗଣେଶ ଦାସ ମହାପାତ୍ର, ଦେଉଳକରଣ, ତଢଉକରଣ, ଭଣ୍ଡାର ମେକାପ, ରତ୍ନଭଣ୍ଡାର ତଦାରଖ କମିଟିର ଦୁଇଜଣ ସଦସ୍ୟ ଜଷ୍ଟିସ ବିଶ୍ୱନାଥ ରଥ ଓ ସୁଦର୍ଶନ ପଟ୍ଟନାୟକ, ଛତିଶା ନିଯୋଗ ମହାନାୟକ ଜନାର୍ଦ୍ଦନ ପାଟଯୋଶୀ ମହାପାତ୍ର ରହିଛନ୍ତି। ଏତଦ୍ବ୍ୟତୀତ ଗଜପତି ମହାରାଜାଙ୍କ ପ୍ରତିନିଧିଙ୍କ ସମେତ ଶ୍ରୀମନ୍ଦିର ନୀତି ଓ ଉନ୍ନୟନ ପ୍ରଶାସକ, ଅତିରିକ୍ତ ମୁଖ୍ୟଯନ୍ତ୍ରୀ ସାମିଲ ହୋଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    13.9 ° C
    13.9 °
    13.9 °
    59 %
    1.1kmh
    0 %
    Mon
    28 °
    Tue
    28 °
    Wed
    28 °
    Thu
    27 °
    Fri
    26 °

    ସମ୍ବନ୍ଧିତ