Thursday, May 14, 2026
27.2 C
Odisha

    ଚାଲିପାରିଲାନି ଗୃହ: ୪ଟା ପର୍ଯ୍ୟନ୍ତ ମୁଲତବୀ

    ଆଗକୁ ପଢନ୍ତୁ

    ଭୁବନେଶ୍ଵର : ଆଜି ବି ଗୃହ କାର୍ଯ୍ୟ ଆରମ୍ଭvfwରୁ ହଟ୍ଟଗୋଳ। ବିଧାନସଭାରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଚାଲିଥିବାବେଳେ ଦୁଇ ବିଧାୟକ ଜୟନାରାୟଣ ମିଶ୍ର ଏବଂ ତାରା ବାହିନୀପତିଙ୍କ ମଧ୍ୟ ହାତାହାତି ପରିସ୍ଥିତି ଉପୁଜିଥିଲା। ପ୍ରବଳ ହଙ୍ଗାମା ଯୋଗୁଁ ଗୃହ ଚାଲିପାରିନି। ଏଥିଲାଗି ବାଚସ୍ପତି ପ୍ରଥମେ ଦିନ ୧୨ଟା ଯାଏଁ ଏବଂ ପରେ ଅପରାହ୍ନ ୪ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି। ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ଦଳ କଂଗ୍ରେସ ଓ ବିଜେଡିର ହୋହାଲ୍ଲା କରିଥିବା ଦେଖିବାକୁ ମିଳିଥିଲା। ଉଭୟ ବିରୋଧୀ ଦଳର ସଦସ୍ୟମାନେ ପୋଡିୟମ୍ ଉପରକୁ ଚଢିବାକୁ ଉଦ୍ୟମ କରିଥିଲେ। ଜୟ ନାରାୟଣ ପ୍ରସଙ୍ଗ ଉଠାଇ ବିଜେଡି ପ୍ରତିବାଦ କରିଥିଲା। ଏବଂ ନାରୀ ନିର୍ଯ୍ୟାତନା ପ୍ରସଙ୍ଗକୁ ନେଇ କଂଗ୍ରେସ ଗୃହରେ ହଙ୍ଗାମା କରିଛି। ଏପରିକି ରିପୋର୍ଟରଙ୍କ ଟେବୁଲ ଉପରେ ଚଢି କଂଗ୍ରେସ ବିଧାୟକ ମାନେ ପ୍ରତିବାଦ କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    27.2 ° C
    27.2 °
    27.2 °
    72 %
    3.1kmh
    28 %
    Wed
    27 °
    Thu
    43 °
    Fri
    44 °
    Sat
    43 °
    Sun
    43 °

    ସମ୍ବନ୍ଧିତ