ଜାନୁଆରୀ ୧୦ରୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ

ଜାନୁଆରୀ ୧୦ରୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ
ଜାନୁଆରୀ ୧୦ରୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ

କଟକ, କରୋନା ମହାମାରୀ କାରଣରୁ ଦୀର୍ଘ ଦିନ ଧରି ସ୍କୁଲ ବନ୍ଦ ରହିଥିଲା। ତେବେ ସରକାର ଆସନ୍ତା ୮ ତାରିଖରୁ ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ନେବା ପରେ ଏବେ ପରୀକ୍ଷା ପାଇଁ ପ୍ରସ୍ତୁତି ଚାଲିଛି। ଏହି ପରିପ୍ରେକ୍ଷୀରେ ମାଟ୍ରିକ୍ ପରୀକ୍ଷା ଫର୍ମ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅନଲାଇନ୍‌ରେ ଫର୍ମ ପୂରଣ ହେବ।

ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁଯାୟୀ, ଜାନୁଆରୀ ୧୦ରୁ ଫେବୃଆରୀ ୨ ତାରିଖ ଯାଏଁ ଫର୍ମ ପୂରଣ ହେବ। ସେହିପରି ଜାନୁଆରୀ ୨୭ ତାରିଖକୁ ସ୍କୁଲ ଫି ଦାଖଲର ଶେଷ ଦିନ ବୋଲି ଧାର୍ଯ୍ୟ କରାଯାଇଛି। ଏଥିରୁ ଅବହେଳା ହେଲେ ଜୋରିମାନା ସହ ଜାନୁଆରୀ ୨୮ ତାରିଖକୁ ଫି ଦାଖଲର ଶେଷ ତାରିଖ ବୋଲି ଧାର୍ଯ୍ୟ କରାଯାଇଛି।

ସେହିପରି ବିନା ଜୋରିମାନାରେ ଜାନୁଆରୀ ୨୮ ଫର୍ମ ଦାଖଲର ଶେଷ ତାରିଖ ହୋଇଥିବା ବେଳେ ଜୋରିମାନା ସହ ଫେବୃଆରୀ ୨ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଫର୍ମ ଦାଖଲ କରି ପାରିବେ।

ସୂଚନାଯୋଗ୍ୟ ଯେ, ଜାନୁଆରୀ ୮ ତାରିଖରୁ ରାଜ୍ୟରେ କେବଳ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପାଇଁ ସ୍କୁଲ ଖୋଲିବ ବୋଲି ରାଜ୍ୟ ସରକାର ଘୋଷଣା କରିଥିଲେ। ଉଭୟ କ୍ଲାସ ପାଇଁ ୧୦୦ ଦିନ ପାଠ ପଢ଼ା ହେବ। ଶନିବାର ଓ ରବିବାର ଦିନ ମଧ୍ୟ କ୍ଲାସ୍ ଚାଲୁ ରହିବ। ଦଶମ ଶ୍ରେଣୀ ପିଲାଙ୍କ ପାଇଁ ଜାନୁଆରୀ ୮ରୁ ଏପ୍ରିଲ ୨୬ ଯାଏଁ ପାଠପଢ଼ା ହେବ। ଦ୍ୱାଦଶ ପିଲାଙ୍କ ପାଇଁ ଜାନୁଆରୀ ୮ରୁ ଏପ୍ରିଲ ୨୮ ଯାଏଁ ପାଠପଢ଼ା ଚାଲୁ ରହିବ। ହେଲେ କଣ୍ଟେନମେଣ୍ଟ ଜୋନରେ କୌଣସି ଶିକ୍ଷକ, ପିଲା ସ୍କୁଲ ଆସିବେ ନାହିିଁ ବୋଲି କୁହାଯାଇଛି।