Wednesday, April 15, 2026
27.1 C
Odisha

    ଜୀବନ ହାରିଲେ କିଟ୍ ବିଶ୍ବବିଦ୍ୟାଳୟର ଆଉ ଜଣେ ଛାତ୍ର, କାରଣ ଅସ୍ପଷ୍ଟ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣାକୁ ନେଇ କିଟ୍ କର୍ତ୍ତୃପକ୍ଷ ହରଡ଼ଘଣାରେ ପଡ଼ିଥିବା ବେଳେ ଜୀବନ ହାରିଛନ୍ତି ଆଉ ଜଣେ କିଟ୍ ଛାତ୍ର। ମୃତ ଛାତ୍ରଙ୍କ ନାମ ଅର୍ଣ୍ଣବ ମୁଖାର୍ଜୀ ଏବଂ ତାଙ୍କ ଘର ପଶ୍ଚିମବଙ୍ଗରେ ବୋଲି ଜଣାଯାଇଛି। ସେ କିଟ୍ ବିଶ୍ବବିଦ୍ୟାଳୟର ତୃତୀୟ ବର୍ଷ ବିଟେକ୍ ଛାତ୍ର ଏବଂ କିଟ୍ ହଷ୍ଟେଲରେ ରହୁଥିଲେ।ସୂଚନା ଅନୁସାରେ ଗତକାଲି ରାତିରେ ଅର୍ଣ୍ଣବ ମୁଖାର୍ଜୀ ମଞ୍ଚେଶ୍ବର ଥାନା ଅଞ୍ଚଳରେ ଥିବା ଏକ ଘରୋଇ ସ୍କୁଲ ନିକଟରେ ନିର୍ମାଣାଧୀନ ସାତମହଲା କୋଠାରୁ ଡେଇଁ ଜୀବନ ହାରିଥିବା କୁହାଯାଉଛି। ତେବେ ଏହାର କାରଣ ଅସ୍ପଷ୍ଟ ରହିଛି। ସାତମହଲା କୋଠାରୁ ଡେଇଁବା ପରେ ତାଙ୍କୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ଅର୍ଣ୍ଣବ ଆଖି ବୁଜିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    27.1 ° C
    27.1 °
    27.1 °
    55 %
    2kmh
    0 %
    Tue
    27 °
    Wed
    42 °
    Thu
    44 °
    Fri
    44 °
    Sat
    43 °

    ସମ୍ବନ୍ଧିତ