Sunday, December 7, 2025
15.9 C
Odisha

    ଜୁଲାଇ ୨୨ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତ୍ୟେକ ସୋମବାର ଭୁବନେଶ୍ୱରରେ ଅଭିଯୋଗ ଶୁଣାଣି କରୁଥିବା ବେଳେ ଆସନ୍ତାକାଲି ଜୁଲାଇ ୨୨ ତାରିଖ ସୋମବାର ତାହା ବନ୍ଦ ରହିବ।କାରଣ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେଉଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିକୁ ବନ୍ଦ ରଖାଯାଇଛି ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ କୁହାଯାଇଛି।ନୂଆ ସରକାର ଗଠନ ହେବା ପରେ ଜୁଲାଇ ମାସ ପ୍ରଥମ ସୋମବାର ଅର୍ଥାତ୍ ଜୁଲାଇ ୧ରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣି ତାର ସମାଧାନ କରୁଛନ୍ତି। ଭୁବନେଶ୍ୱରର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଏହି ଅଭିଯୋଗ ଶୁଣାଣି ଆୟୋଜିତ ହେଉଛି। ପ୍ରତ୍ୟେକ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେଉଥିବା ବେଳେ ଏଥିରେ ତାଙ୍କ ସହିତ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଅନ୍ୟ କେତେ ଜଣ ମନ୍ତ୍ରୀ ଓ ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହୁଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    15.9 ° C
    15.9 °
    15.9 °
    43 %
    1.7kmh
    35 %
    Sun
    16 °
    Mon
    26 °
    Tue
    26 °
    Wed
    26 °
    Thu
    27 °

    ସମ୍ବନ୍ଧିତ