Saturday, February 8, 2025
30 C
Odisha

    ଝାଡ଼ାବାନ୍ତି ସ୍ଥିତି ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ମୋତେ ନିର୍ଦେଶ ଦେଇଛନ୍ତି: ସ୍ବାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: କଣାସ ଅଞ୍ଚଳରେ ଝାଡ଼ାବାନ୍ତି ବ୍ୟାପିବାକୁ ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସ୍ୱାସ୍ଥ୍ୟ ବିଭାଗ ଟିମ କଣାସ ଅଞ୍ଚଳକୁ ପଠା ଯାଇଛି। ପର୍ଯ୍ୟାପ୍ତ ପରିମାଣର ଅବଶ୍ୟକୀୟ ଔଷଧ ମହଜୁଦ ଅଛି। ଲୋକଙ୍କୁ ସଚେତନ କରାଯାଉଛି। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ କଣାସ ଅଞ୍ଚଳରେ ସ୍ୱାସ୍ଥ୍ୟସେବା ଯୋଗାଇଦେବାକୁ କଡା ନିର୍ଦେଶ ଦିଆ ଯାଇଛି।
    ସରକାର ସଜାଗ ଅଛନ୍ତି। ଚିକିତ୍ସା ସେବା ଠିକରେ ଚାଲିଛି। ଝାଡ଼ାବାନ୍ତି ସ୍ଥିତି ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ମୋତେ ନିର୍ଦେଶ ଦେଇଛନ୍ତି।ସେ ଅଂଚଳରେ କିପରି ଅଧିକ ଝାଡ଼ାବାନ୍ତି ନ ବ୍ୟାପେ ସେଥିପାଇଁ ଆମେ ପଦକ୍ଷେପ ନେଉଛୁ, ଆଉ ସଜାଗ ଅଛି। ଏଣେ କଣାସରେ ଡାଇରିଆରେ ଜଣଙ୍କର ମୃତ୍ୟୁ ହୋଇଥିବା ଘୋଷଣା କରିଛି ସ୍ଵାସ୍ଥ୍ୟ ବିଭାଗ। ଏହି ସୂଚନା ଦେଇଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର । ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି, କଣାସ ଅଞ୍ଚଳରେ ୭-୮ ଦିନ ହେଲା ବ୍ୟାପିଛି ଝାଡ଼ାବାନ୍ତି। ଝାଡ଼ାବାନ୍ତିରେ ମୋଟ ୩ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ଆସିଥିଲା । ସେଥିରୁ ଜଣେ ଡାଇରିଆରେ ମରିଥିବା ସ୍ପଷ୍ଟ ହୋଇଛି । ଅନ୍ୟ ଦୁଇ ଜଣଙ୍କର ରିପୋର୍ଟକୁ ଅପେକ୍ଷା କରାଯାଇଛି । କଣାସରେ ପ୍ରଥମେ ଏକ ଭୋଜିରୁ ଝାଡ଼ାବାନ୍ତି ଆରମ୍ଭ ହୋଇଥିଲା । ତାପରେ ଆଖପାଖ ୫ଟି ଗାଁକୁ ବ୍ୟାପିଛି । ବର୍ତ୍ତମାନ ସୁଦ୍ଧା ଏହି ଗାଁ ଗୁଡ଼ିକର ୭୧ ଜଣ ସଂକ୍ରମିତ ହେଇଛନ୍ତି । ଦୟା ନଦୀରୁ ଦୂଷିତ ଜଳ ବ୍ୟବହାର ଯୋଗୁଁ ଡାଇରିଆ ବ୍ୟାପିଥିବା ଜଣାପଡିଛି । ନମୁନା ପରୀକ୍ଷାରୁ ଇ-କୋଲି ବ୍ୟାକ୍ଟେରିଆ ଚିହ୍ନଟ ହୋଇଛି । ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣ ଅଛି । ସେ ଅଞ୍ଚଳରେ ଭୁବନେଶ୍ଵରରୁ ୨ଟି ଟିମ ସହ ସ୍ବାସ୍ଥ୍ୟ ବିଭାଗର ମୋଟ ୮ଟି ଟିମ ନିୟୋଜିତ ହୋଇଛନ୍ତି । ନଦୀର ସବୁ ଘାଟକୁ ସୁପର କ୍ଲୋରିନେସନ୍ ବା ବିଶୋଧନ କରାଯାଉଛି । ସରକାରଙ୍କ ପକ୍ଷରୁ ବିଶୁଦ୍ଧ ଜଳ ଯୋଗାଇ ଦିଆଯାଉଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30 ° C
    30 °
    30 °
    17 %
    2.8kmh
    2 %
    Sat
    32 °
    Sun
    33 °
    Mon
    34 °
    Tue
    36 °
    Wed
    37 °

    ସମ୍ବନ୍ଧିତ